Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||
  • କେମ୍ରୁନରେ ଗ୍ୟାସ ବୋଝେଇ ଟ୍ରକ ସହ ଧକ୍କା ପରେ ଜଳିଗଲା ବସ୍ : ୫୩ ମୃତ, ୨୯ ଗୁରୁତର
  • ||
  • ଶେଷ ହେବ କୃଷକ ଆନ୍ଦୋଳନ ! ସଙ୍ଗଠନରେ ଫାଟ, ଯୋଗେନ୍ଦ୍ର ଯାଦବ ଓ ଟିକୈତଙ୍କ ସମେତ ୩୭ ଚାଷୀଙ୍କ ଉପରେ ପଡିବ ଚଡକ
  • ||
  • ଖଲ୍ଲିକୋଟ : ଫାଟିଗଲା କାର୍ ଚକା, ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ, ୨ ଆହତ
  • ||

ଜେଇଙ୍କୁ ବସ୍‌ଉଠ କରିବା ଘଟଣା : ପାଟଣାଗଡ ବିଧାୟକ ସରୋଜ ମେହେର ଅଟକ

24/06/2019 at 7:51 AM

ବଲାଙ୍ଗିର ୨୪|୬: ଜେଇଙ୍କୁ ବସଉଠ କରିବା ଘଟଣାରେ ପାଟଣାଗଡ ବିଧାୟକ ସରୋଜ ମେହେର ଅଟକ । ସକାଳୁ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କୁ ନୂଆପଡା ଖଡିଆଳରୁ ଆଣି ବଲାଙ୍ଗିରରେ ଜେରା କରୁଛି ପୋଲିସ । ବଲାଙ୍ଗିରର ଏକ ଅଜଣା ସ୍ଥାନରେ ପାଟଣାଗଡ ବିଧାୟକଙ୍କୁ ଜେରା ଚାଲିଥିବା ସୂଚନା ମିଳିଛି ।

ପାଟଣାଗଡ ପୂର୍ତ୍ତ ବିଭାଗର ଜେଇ ଜୟକାନ୍ତ ଶବରଙ୍କୁ ବସ୍ଉଠ୍ କରାଇବା ନେଇ ବିଧାୟକଙ୍କ ନାଁରେ ମାମଲା ହୋଇଥିଲା । କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍ ବସ୍ ମାମଲାରେ ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ପୋଲିସ୍ ଅଟକ ରଖିଥିବା ସୂଚନା ମିଳିଛି । ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଆସନ୍ତା ୨୬ରେ ବିଧାନସଭା ଘେରାଉ କରିବାକୁ ଜିଲ୍ଲା ଆଦିବାସୀ ସଂଘ ଧମକ ଦେଇଥିଲା ।

ସୂଚନାଯୋଗ୍ୟ ଯେ, ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ୍ ଗମ୍ଭାରୀ ଗାଁରେ ଏକ ରାସ୍ତାକାମ ଚାଲିଥିବା ବେଳେ ଏହା ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଅଭିଯୋଗ ହୋଇଥିଲା । ଏ ଅଭିଯୋଗ ପାଇବା ପରେ ଜୁନ୍ ୫ ତାରିଖରେ ବିଧାୟକ ସରୋଜ ମେହେର ଉକ୍ତ ନିର୍ମାଣାଧୀନ ପିଚୁ ରାସ୍ତାର କାର୍ଯ୍ୟ ତଦାରଖ କରିବାକୁ ଯାଇଥିଲେ। ରାସ୍ତାକାମ ତଦାରଖ କରିବା ପରେ ବିଧାୟକ ସଙ୍ଗେ ସଙ୍ଗେ ଆକ୍ସନ୍ ମୋଡକୁ ଚାଲି ଯାଇଥିଲେ। ସର୍ବସମ୍ମୁଖରେ ସେ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ୫ ମିନିଟ୍ ମଧ୍ୟରେ ଶହେ ଥର ଉଠ୍ ବସ୍ ହେବାକୁ ନିର୍ଦ୍ଦେଶ ଦେଇଥିଲେ । ଉଠ୍ ବସ୍ ନ ହେଲେ ଲୋକେ ମାଡ଼ମାରିବେ ବୋଲି ସେ କହୁଥିବା ଭିଡିଓରେ ଶୁଣିବାକୁ ମିଳିଥିଲା ।

 ଏ ଘଟଣା ନେଇ ଜେଇ ଜୟକାନ୍ତ ଶବରଙ୍କ ପତ୍ନୀ ପାଟଣାଗଡ଼ ଥାନାରେ ଏତଲା ଦେଇଥିଲେ । ପୋଲିସ ଆଇପିସି ଓ ଏସସି ଏବଂ ଏସଟି ଆକ୍ଟରେ ବିଧାୟକଙ୍କ ନାଁରେ ମାମଲା ରୁଜୁ କରିଥିଲା । ସେହିଭଳି ଘଟଣା ସଂପର୍କରେ ତଦନ୍ତ କରି ଉପଜିଲ୍ଲାପାଳ ତାଙ୍କ ରିପୋର୍ଟ ଜିଲ୍ଲାପାଳଙ୍କୁ ଦେଇଥିଲେ। ବିଧାୟକ ବି ନିଜ ଭୁଲ୍ ସ୍ୱୀକାର କରିଥିଲେ। ତଥାପି ପୋଲିସ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନଥିଲା।

ଗତ ୨୦ ତାରିଖରେ ବିଧାୟକଙ୍କ ଆଗୁଆ ଜାମିନ ଉପରେ ହାଇକୋର୍ଟରେ ଶୁଣାଣି ହୋଇଥିଲା । କେସ୍ ଡାଏରୀ ଦାଖଲ ପାଇଁ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ ।

   Related Posts