Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ବାଣରୁ ଲାଗିଲା ନିଆଁ ! ୩ ବଖରା ପୋଡି ପାଉଁଶ, ଜଳିଗଲା ଲକ୍ଷାଧିକ ଟଙ୍କାର ଆସବାବପତ୍ର

5/11/2021 at 7:54 AM

ପଟ୍ଟାମୁଣ୍ଡାଇ, ୦୫ |୧୧ : ଦୀପାବଳିରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ଆସବାବପତ୍ର । ଏପରି ଅଭାବନୀୟ. ଘଟଣା ଘଟିଛି କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଗୋବିନ୍ଦପୁର ଗାଁରେ ।

ସୂଚାନନୁସାରେ, ଗାଁରେ ରହୁଥିବା ହରି ରାଉତଙ୍କ ଘରେ ଏହି ଅଗ୍ନିକାଣ୍ଡ ଘଟିଛି । ସେ  ଶୋଇଥିବା ସମୟରେ ହଠାତ ଘରେ ନିଆଁ ଲାଗିଯାଇଥିଲା । ତେବେ କିଛି କାରଣ ବୁଝିବା ପୂର୍ବରୁ ସବୁ ବଖରାକୁ ନିଆଁ ନିଜ ଆୟତ୍ତକୁ ନେଇସାରିଥିଲା । ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଗ୍ନିଶମ  ବିଭାଗ ପହଁଛି ଗ୍ରାମବାସୀଙ୍କ ସହାୟତାରେ ନିଆଁକୁ ଆୟତ୍ତ କରିଥିଲା । ତେବେ ବାଣ ଦ୍ୱାରା ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।

   Related Posts