Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||
  • ନୂଆଦିଲ୍ଲୀ : ସନ୍ଦୀପ କଟାରିଆ ହେଲେ ବାଟା ଗ୍ଲୋବାଲର ସିଇଓ, ପ୍ରଥମ ଭାରତୀୟ ଭାବେ ମିଳିଲା ଦାୟିତ୍ୱ
  • ||
  • ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡିଲା ଟାଟା ସୁମୋ, ୨ ଗୁରୁତର
  • ||

ବିଭିନ୍ନ ସମସ୍ୟା ନେଇ ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆନ୍ଦୋଳନ

16/05/2019 at 4:28 PM

ଗଜପତି ୧୬|୫: ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଭିନ୍ନ ସମସ୍ୟା ରହିଥିବା ପ୍ରତିବାଦରେ ପାରଳାଖେମୁଣ୍ଡିବାସୀ ଆଜି ଆନ୍ଦୋଳନକୁ ଓହ୍ଲାଇବା ସହ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଘେରାଉ କରିଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କିଡନୀ ରୋଗୀଙ୍କ ପାଇଁ ଡାଇଲେସିସ ସେଣ୍ଟର ଖୋଲାଗଲା କିନ୍ତୁ ଦୀର୍ଘ ଦିନ ହେଲା ଏହା କାର୍ଯ୍ୟକାରୀ ହୋଇ ପାରୁନଥିବାର ପ୍ରତିବାଦ କରିଛନ୍ତି ଲୋକେ  ।

ଚିକିତ୍ସାଳୟରେ ଅଲଟ୍ରାସାଉଣ୍ଡର ମେସିନ ରହିଛି କିନ୍ତୁ ଟେକନିସିଆନ ଅଭାବରୁ ତାହା କାର୍ଯ୍ୟକାରୀ ହୋଇପାରୁନାହିଁ  । ଫଳରେ ରୋଗୀ ଘରୋଇ କ୍ଲିନିକ୍ ଉପରେ ନିର୍ଭର କରି ଅଧିକ ଖର୍ଚ୍ଚାନ୍ତ ହେବାକୁ ପଡୁଛି  । ସେହିଭଳି ଚିକିତ୍ସାଳୟକୁ ୨୪ ଘଣ୍ଟିଆ ବିଦ୍ୟୁତ୍ ଯୋଗାଣର ସ୍ବତନ୍ତ୍ର ବ୍ୟବସ୍ଥା ପାଇଁ ସ୍ବାସ୍ଥ୍ୟ ବିଭାଗ ତରଫରୁ ୨୩ଲକ୍ଷ ଟଙ୍କା ବିଦ୍ୟୁତ୍ ବିଭାଗ ନିକଟରେ ଜମା କରାଯାଇଛି । କିନ୍ତୁ କାର୍ଯ୍ୟକାରୀ ହେଉନଥିବା ଅଭିଯୋଗ କରିଛନ୍ତି ଲୋକେ ।

ଏହି ସବୁ ଦାବିକୁ ନେଇ ଏକ ସ୍ମାରକ ପତ୍ର ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ୧୫ ଦିନ ମଧ୍ୟରେ ଦାବି ପୂରଣ ନହେଲେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ଚେତାବନୀ ଦିଆଯାଇଛି ।

   Related Posts