ବାଲିଯାତ୍ରା ୨୦୨୫
LIVE TV

ବିହାର ଫାଇଟ : ଆରମ୍ଭ ହେଲା ଭୋଟ୍ ଗଣତି, ସାମ୍ନାକୁ ଆସିବ ଟ୍ରେଣ୍ଡ୍‌ସ

NEWS7
person-died-on-accident-and-liqure-bottle-broken

ନୂଆଦିଲ୍ଲୀ, ୧୪|୧୧:ଆରମ୍ଭ ହେଲା ଭୋଟ୍ ଗଣତି । ବିହାରରେ କାହାର ହେବ ସରକାର ସେନେଇ ଆରମ୍ଭ ହୋଇଛି କାଉଣ୍ଟଡାଉନ୍ । ସକାଳ ୮ଟାରୁ ଷ୍ଟ୍ରଙ୍ଗରୁମର ତାଲା ଖୋଲାଯାଇ ଗଣତି ଆରମ୍ଭ ହୋଇଛି ।

ନେତାଙ୍କ ଛାତି ଧଡଧଡ । କିଏ ଗଢିବ ସରକାର ଏମିତି ଅନେକ ଆକଳନ । ବିହାର ବିଧାନସଭାର ୨୪୩ ଆସନରେ ମତଦାନ ଶେଷ ପରେ ଏବେ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ଏକଜିଟ୍ ପୋଲ ଆସି ସାରିଥିବା ବେଳେ ଏବେ ଏକଜାଟ ପୋଲ ଉପରେ ସମସ୍ତଙ୍କ ନଜର ରହିଛି ।

ଶୁକ୍ରବାର ବିହାର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଛି । ୩୮ ଜିଲ୍ଲାରେ ଭୋଟ ଗଣତି ପାଇଁ ୪୬ଟି ମତଗଣନା କେନ୍ଦ୍ର କରାଯାଇଛି । ସାଧାରଣତଃ ଗୋଟିଏ ଜିଲ୍ଲାରେ ଥିବା ସମସ୍ତ ବିଧାନସଭା ଆସନର ଭୋଟ ଗଣତି ପାଇଁ ଜିଲ୍ଲା ମୁଖ୍ୟାଳୟରେ ମତଗଣନା କେନ୍ଦ୍ର ହୋଇଥାଏ । କିନ୍ତୁ ନିର୍ବାଚନ କମିସନ ବିହାରର କିଛି ଜିଲ୍ଲା ଏକରୁ ଅଧିକ ମତଗଣନା କେନ୍ଦ୍ର କରିଛନ୍ତି ।ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ପ୍ରତ୍ୟେକ ବିଧାନସଭା ଆସନରେ ୧୪ଟି ଟେବୁଲରେ ଭୋଟ ଗଣତି ପାଇଁ ବ୍ୟବସ୍ଥା ହୋଇଛି

ଏଥର ପୋଷ୍ଟାଲ ବାଲାଟର ଗଣତି ନିୟମକୁ ପରିବର୍ତ୍ତନ କରାଯାଇଛି । ଶେଷ ଦୁଇ ରାଉଣ୍ଡ ଗଣତି ପୂର୍ବରୁ ପୋଷ୍ଟାଲ ବାଲାଟର ଗଣତି ହେବ । ଯେତେ ଗଣତି ରାଉଣ୍ଡ ଆଗକୁ ବଢିବ ବିଧାନସଭା ଆସନରେ ଫଳାଫଳ ସେତେ ସ୍ପଷ୍ଟ ହେବାରେ ଲାଗିବ । ଅପରାହ୍ଣ ୨ଟା ସୁଦ୍ଧା ବିହାରରେ ସରକାର କିଏ ଗଢ଼ିବ, କେଉଁ ଆସନରେ କିଏ ବିଜୟୀ ହେବ ସ୍ପଷ୍ଟ ଚିତ୍ର ଆସିଯିବା ସମ୍ଭାବନା ରହିଛି ।

କହିବାକୁ ଗଲେ ବିହାର ଜନତା ଦୁଇଟି ପର୍ଯ୍ୟାୟରେ ବମ୍ପର ଭୋଟିଂ କରିଛନ୍ତି । ୧୧ ତାରିଖରେ ମତଦାନ ସରିବା ପରେ ବିଭିନ୍ନ ସଂସ୍ଥାର ବୁଥ ବାହୁଡ଼ା ମତ ବା ଏକଜିଟ ପୋଲ ରିପୋର୍ଟ ସାମ୍ନାକୁ ଆସିଥିଲା । ବୁଥ ବାହୁଡ଼ା ମତରେ ଏନଡିଏକୁ ବହୁମତ ଦେଇଛନ୍ତି ବିଭିନ୍ନ ସଂସ୍ଥା । ଗତକାଲି ଆକ୍ସିସ- ମାଇ ଇଣ୍ଡିଆର ଏକଜିଟ ପୋଲରେ ମଧ୍ୟ ଏନଡିଏ ପୁଣି କ୍ଷମତାକୁ ଫେରୁଥିବା କୁହାଯାଇଛି ।