Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ମନ୍ଦିର ପରିସରରେ କୁକୁର ମଳତ୍ୟାଗ ଘଟଣା : ନିଆଯିବ କାର୍ଯ୍ୟାନୁଷ୍ଠାନ, ଟ୍ୱିଟ୍ କରି ସୂଚନା ଦେଲା କମିଶନରେଟ୍ ପୋଲିସ

9/10/2020 at 10:07 PM

ଭୁବନେଶ୍ୱର, ୦୯|୧୦:  ବକ୍ରେଶ୍ୱର ମନ୍ଦିର ଭିତରେ କୁକୁର ମଳତ୍ୟାଗ କରୁଥିବା ଫଟୋ ଭାଇରାଲ ହେବା ପରେ ତତ୍ପର ହୋଇଛି କମିଶନରେଟ୍ ପୋଲିସ । ଏହି ଘଟଣାକୁ ନେଇ ବିବାଦ ହେବା ପରେ ପୁରୁଣା ପୋଷା କୁକୁରକୁ ମଳତ୍ୟାଗ କରାଇବା ଘଟଣାରେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛି କମିଶନରେଟ୍‌ ପୋଲିସ୍।

ସୂଚନାନୁସାରେ, ଶୁକ୍ରବାର ଦିନ ଜଣେ ବ୍ୟକ୍ତି ମନ୍ଦିର ପରିସରରେ ପୋଷା କୁକୁରକୁ ମଳତ୍ୟାଗ କରାଇଥିଲେ । ଏହାର ଫଟୋ ସାମାଜିକ ଗଣମାଧ୍ୟମରେ ଭାଇରାଲା ହୋଇଥିଲା। ଏହାପରେ ତତ୍ପରତା ଦେଖାଇଥିଲା କମିଶରେଟ୍‌ ପୁଲିସ୍।

ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ନିର୍ଦ୍ଦେଶକ୍ରମେ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଛି। ତାଙ୍କ ନାମ ତୋଫାନ ସାମନ୍ତରାୟ ବୋଲି ସୂଚନା ରହିଛି। ଓଡ଼ିଶା ସହରାଞ୍ଚଳ ପୁଲିସ ଆଇନ ଆଧାରରେ ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯାଉଛି ବୋଲି କମିଶନରେଟ ପୋଲିସ ପକ୍ଷରୁ କୁହାଯାଇଛି।

   Related Posts