Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ପୁଣି ବଢିଲା ପେଟ୍ରୋଲ ଏବଂ ଡିଜେଲ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଆଜିର ଦାମ

10/07/2021 at 3:21 PM

ନୂଆଦିଲ୍ଲୀ ୧୦/୦୭ : ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି । ପ୍ରତିଦିନ ନୂଆ ନୂଆ ରେକର୍ଡ ସ୍ତରକୁ ଉଠୁଛି ତୈଳ ଦର । ଘରୋଇ ବଜାର​‌ରେ ସରକାରୀ ତୈଳ କମ୍ପାନୀମାନେ ଶନିବାର ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦାମ ବୃଦ୍ଧି କରିଛନ୍ତି । ରାଜଧାନୀ ଦିଲ୍ଲୀରେ ଶନିବାର ପେଟ୍ରୋଲ ଦର ୩୫ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ ଦର ଲିଟର ପିଛା ବୃଦ୍ଧି ପାଇଛି ୨୬ ପଇସା । ଶନିବାର ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୦.୯୧ ଟଙ୍କା ରହିଥିବା ବେଳେ ଡିଜେଲ ରହିଛି ୮୯.୮୮ ଟଙ୍କା ।

ସେହିଭଳି ମୁମ୍ବାଇରେ ଶନିବାର ପେଟ୍ରୋଲ ୧୦୬.୯୩ ଟଙ୍କା ରହିଥିବା ବେଳେ ଡିଜେଲ ଦର ରହିଛି ୯୭.୪୬ ଟଙ୍କା । ମୁମ୍ବାଇରେ ପେଟ୍ରୋଲ ୧୦୯.୨୪ ଏବଂ ଡିଜେଲ ୯୮.୬୭ ଟଙ୍କା ରହିଥିବା ବେଳେ କୋଲକାତାରେ ଦର ରହିଛି ଯଥାକ୍ରମେ ୧୦୧.୦୧ ଟଙ୍କା ଏବଂ ୯୨.୯୭ ଟଙ୍କା ରହିଛି । ଗତକାଲି ଅର୍ଥାତ ଶୁକ୍ରବାର ତେଲ ଦର ସ୍ଥିର ରହିବା ପରେ ଆଜି ପୁଣି ଥରେ ଏହା ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ଦେଶରେ ଅନେକ ରାଜ୍ୟରେ ପେଟ୍ରୋଲ ଏବଂ ଡିଜେଲ ଦର ୧୦୦ ଟଙ୍କା ପାର କରିଛି ।

ରାଜଧାନୀ ଭୁବନେଶ୍ବରରେ ମଧ୍ୟ ଶନିବାର ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି । ଭୁବନେଶ୍ବରରେ ପେଟ୍ରୋଲ ୩୫ ପଇସା ବୃଦ୍ଧିପାଇ ୧୦୧.୭୨ ଟଙ୍କା ପ୍ରତି ଲିଟର ରହିଥିବା ବେଳେ ଡିଜେଲ ଦର ୨୮ ପଇସା ବୃଦ୍ଧି ପାଇ ୯୭.୯୫ ଟଙ୍କା ପ୍ରତି ଲିଟର ହୋଇଛି ।  ଗତକାଲି ଅର୍ଥାତ ଶୁକ୍ରବାର ତୈଳ ଦର ସ୍ଥିର ରହିଥିବା ବେଳେ ପ୍ରତି ଦିନେ କିମ୍ବା ୨ ଦିନରେ ବୃଦ୍ଧି ପାଉଛି ।

   Related Posts