Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||

ଲଗାତାର ତୃତୀୟ ଦିନ ପାଇଁ ବଢିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଆଜିର ଦାମ

6/05/2021 at 3:46 PM

ନୂଆଦିଲ୍ଲୀ ୦୬/୦୫ : ଦେଶରେ ଲଗାତାର ଭାବେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇବାରେ ଲାଗିଛି । ତୈଳ କମ୍ପାନୀମାନେ ଶୁକ୍ରବାର ପେଟ୍ରୋଲ ଲିଟର ପିଛା ୨୫ ପଇସା ଏବଂ ଡିଜେଲ ଲିଟର ପିଛା ୩୦ ପଇସା ବୃଦ୍ଧି କରିଛନ୍ତି । ଆନ୍ତର୍ଜାତିକ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇବା ଫଳରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇବାରେ ଲାଗିଛି । ଲଗାତାର ୩ୟ ଦିନ ପାଇଁ ଦେଶରେ ବୃଦ୍ଧି ପାଇଛି ତୈଳ ଦର ।

ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଦର ୯୦.୯୯ ଟଙ୍କା ପ୍ରତି ଲିଟର ଥିବା ବେଳେ ଡିଜେଲ ଲିଟର ପିଛା ୮୧.୪୨ ଟଙ୍କାକୁ ବୃଦ୍ଧି ପାଇଛି । ଗତ ୩ ଦିନ ମଧ୍ୟରେ ପେଟ୍ରୋଲ ୫୯ ପଇସା ଏବଂ ଡିଜେଲ ୬୯ ପଇସା ବୃଦ୍ଧି ଘଟିଲାଣି । ମାର୍ଚ୍ଚ ୨୦୨୦ରୁ ମାର୍ଚ୍ଚ ୨୦୨୧ ମଧ୍ୟରେ ପେଟ୍ରୋଲ ଦର ୨୧.୫୮ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଡିଜେଲ ୧୯.୧୮ ପିଇସା ବୃଦ୍ଧି ଘଟିଛି । ଦେଶର ୪ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ନିର୍ବାଚନ ଚାଲୁରହିଥିବା ବେଳେ ଦେଶରେ ତୈଳ ଦର ସ୍ଥିର ରହିଥିଲା । କିନ୍ତୁ ଗତ ୩ ଦିନ ହେଲା ଲଗାତାର ଭାବେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇବାରେ ଲାଗିଛି ।

ସେହିଭଳି ରାଜଧାନୀ ଭୁବନେଶ୍ବରରେ ପେଟ୍ରୋଲ ଲିଟର ପିଛା ୨୪ ପଇସା ଏବଂ ଡିଜେଲ ୩୧ ପଇସା ବୃଦ୍ଧି ପାଇଛି । ଗୁରୁବାର ଭୁବନେଶ୍ବରରେ ପେଟ୍ରୋଲ ୯୧.୬୮ ଟଙ୍କା ରହିଥିବା ବେଳେ ଡିଜେଲ ଦର ରହିଛି ୮୮.୬୯ ଟଙ୍କା । ମେ ୩ ତାରିଖ ଯାଏଁ ଦର ସ୍ଥିର ରହିଥିବା ବେଳେ ଗତ ୩ ଦିନ ଧରି ଲଗାତାର ଭାବେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇବାରେ ଲାଗିଛି ।

   Related Posts