Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||
  • ଚଣ୍ଡିଖୋଲ : ଗୋଷ୍ଠୀ ସଂଘର୍ଷର ସମାଧାନ ପାଇଁ ଯାଇଥିବା ପୋଲିସକୁ ବାନ୍ଧିଲେ ଏବଂ ୨ଟି ଜିପ୍ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ
  • ||

ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍

22/01/2021 at 10:26 AM

ନୂଆଦିଲ୍ଲୀ ୨୨/୦୧ : ପେଟ୍ରୋଲ ଏବଂ ଡିଜେଲ ଦାମ ପୁଣି ବୃଦ୍ଧି ପାଇ ରେକର୍ଡ ସ୍ତରରେ ପହଞ୍ଚିଛି । ରାଜଧାନୀ ଦିଲ୍ଲୀ ଏବଂ ଆର୍ଥିକ ସହର ମୁମ୍ୱାଇରେ ତେଲ ଦାମ୍ ଆକାଶ ଛୁଆଁ ରହିଛି । ଶୁକ୍ରବାର ଦିଲ୍ଲୀରେ ପେଟ୍ରୋଲ ଦାମ ୮୫ ଟଙ୍କାରୁ ଅଧିକ ରହିଥିବା ବେଳେ ଡିଜେଲ ଦାମ୍‌ ୭୫ଟଙ୍କାରୁ ଅଧିକ ରହିଛି ଏବଂ ମୁମ୍ୱାଇରେ ପେଟ୍ରୋଲ୍ ପାଖାପାଖି ୯୨ଟଙ୍କାରେ ପହଞ୍ଚିଥିବା ବେଳେ ଡିଜେଲ୍‌ ୮୨ ଟଙ୍କା ଉପରେ ରହିଛି । ଗତ ସୋମବାର ଡିଜେଲ ଏବଂ ପଟ୍ରୋଲ ଦାମରେ ୨୫ ପଇସା ଲେଖାଏଁ ବୃଦ୍ଧି ହୋଇଥିଲା । ଅନ୍ତରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳର ଦାମରେ କୌଣସି ପରିବର୍ତ୍ତନ ହୋଇନଥିଲେ ସୁଦ୍ଧା ତୈଳ କମ୍ପାନୀମାନେ ତେଲ ଦର ବୃଦ୍ଧି କରିଥିଲେ । ମଙ୍ଗଳବାର ପେଟ୍ରୋଲ ଏବଂ ଡିଜେଲ ଦାମରେ ବୃଦ୍ଧି ଫଳରେ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ୮୫.୨୧ ଏବଂ ଡିଜେଲ ଦାମ ୭୫.୩୮ ଟଙ୍କା ପ୍ରତି ଲିଟର ରହିଥିଲା ।

ସେହିଭଳି ଶୁକ୍ରବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୮୫.୯୩ ଏବଂ ଡିଜେଲ ଦାମ ୮୨.୧୯ ଟଙ୍କା ପ୍ରତି ଲିଟର ରହିଛି । ମୁମ୍ବାଇରେ ପେଟ୍ରୋଲ ୯୧.୮୦ ଏବଂ ଡିଜେଲ ଦାମ ୮୨.୧୩ ଟଙ୍କା ପ୍ରତି ଲିଟର ରହିଛି । ଚେନ୍ନାଇରେ ପେଟ୍ରୋଲ ୮୭.୮୫ ଏବଂ ଡିଜେଲ ଦାମ ୮୦.୮୭ ଟଙ୍କା ପ୍ରତି ଲିଟର ରହିଛି । କୋଲକାତାରେ ପେଟ୍ରୋଲ ୮୬.୮୭ ଏବଂ ଡିଜେଲ ଦାମ ୭୯.୨୩ ଟଙ୍କା ପ୍ରତି ଲିଟର ରହିଛି ।

ତେଲ ଦର ଅହେତୁକ ବୃଦ୍ଧିକୁ ନେଇ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ‘ଅଶୋଧିତ ତୈଳର ପ୍ରାୟ ୮୦ ପ୍ରତିଶତ ବାହାର ଦେଶରୁ ଭାରତ ଆମଦାନୀ କରୁଥିବା କହିଥିଲେ । କରୋନା ମହାମାରୀ କାରଣରୁ ଅନେକ ଦେଶରେ ତେଲ ଉତ୍ପାଦନ କମିଛି ଏବଂ ଅନେକ କମ୍ପାନୀ ତେଲ ଆମଦାନୀ ମଧ୍ୟ ବନ୍ଦ କରିଦେଇଛନ୍ତି । ଚାହିଦା ଏବଂ ଯୋଗାଣରେ ଅସନ୍ତୁଳନ ହେତୁ ଇନ୍ଧନ ମୂଲ୍ୟ ଉପରେ ଚାପ ପଡୁଥିବା ସେ କହିଥିଲେ । ତେଣୁ ତୈଳ ବଜାରରେ ଦାମ୍‌ ବୃଦ୍ଧି ହେଉଛି ।

   Related Posts