Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଝାଡଖଣ୍ଡ ବିଧାନସଭା ନିର୍ବାଚନ : ଦ୍ବିତୀୟ ପର୍ଯ୍ୟାୟ ମତଦାନ ଜାରି, ସୁରକ୍ଷା ବ୍ୟବସ୍ଥା କଡାକଡି

7/12/2019 at 9:55 AM

ରାଞ୍ଚି ୭।୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟର ମତଦାନ ଚାଲିଛି । ସକାଳ ୭ଟାରେ ମତଦାନ ଆରମ୍ଭ ହୋଇଥିବା ବେଳେ ସଂଧ୍ୟା ପର୍ଯ୍ୟନ୍ତ ଚାଲିବ । ରାଜ୍ୟର ୨୦ଟି ଆସନରେ ୨୬୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର । ଏଥିରେ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ ଜାମସେଦପୁର ପୂର୍ବ ଆସନ ମଧ୍ୟ ସାମିଲ ଅଛି । ତାଙ୍କ ବିରୋଧରେ ସରଯୁ ରାୟ ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି ।

ସେହିପରି କଂଗ୍ରେସ ଟିକେଟରେ ପ୍ରଫେସର ଗୌରବ ବଲ୍ଲବ ନିର୍ବାଚନ ଲଢୁଛନ୍ତି । ଏଠାରେ ତ୍ରିମୁଖୀ ଲଢେଇ ହେଉଛି । ୨୦ଟି ବିଧାନସଭା ଆସନରେ ମୋଟ୍ ୪୮, ୨୫, ୦୩୮ ଜଣ ଭୋଟର ଅଛନ୍ତି । ଏଥିରେ ୨୩,୯୩,୪୩୭ ଜଣ ମହିଳା ଓ ୯୦ ଜଣ ତୃତୀୟ ଲିଙ୍ଗି ଭୋଟର ଅଛନ୍ତି । ୬,୦୬୬ଟି ବୁଥରେ  ମତଦାନ ଚାଲିଛି । ଏଥିରୁ ୧,୦୧୬ଟି ବୁଥ୍ ସହରାଞ୍ଚଳରେ କରାଯାଇଛି ।

ମତଦାନକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ମତଦାନ କେନ୍ଦ୍ରଗୁଡ଼ିକରେ ପୋଲିସ ମୁତୟନ କରାଯାଇଛି । ପୋଲିସ ପେଟ୍ରୋଲିଂ ବ୍ୟବସ୍ଥା ମଧ୍ୟ କରାଯାଇଛି । ବିଶେଷ କରି ନକ୍ସଲ ପ୍ରଭାବିତ ମତଦାନ କେନ୍ଦ୍ର ପାଇଁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ଗୁରୁତ୍ବ ଦିଆଯାଇଛି । ରାଜ୍ୟରେ ୫ଟି ପର୍ଯ୍ୟାୟରେ ମତଦାନ ହେଉଛି । ଡିସେମ୍ବର ୨୦ରେ ମତଦାନ ଶେଷ ହେବ । ୨୩ରେ ନିର୍ବାଚନର ଫଳାଫଳ ପ୍ରକାଶ ପାଇବ ।

   Related Posts