Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭରତିଆ ଟାୱାରରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା, ପରିଚୟ ଖୋଜୁଛି ପୋଲିସ
  • ||
  • ଟିୟୁସନ୍‌ ସାରି ଫେରୁଥିବା ବେଳେ ଡ୍ରେନ୍‌ ପାଣିରେ ଭାସିଗଲେ ନାବାଳକ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଛିଡୁନି ଅଡୁଆ, ହଟୁନି ସସପେନ୍ସ : ପଞ୍ଜାବ ମୁଖ୍ୟମନ୍ତ୍ରୀ ହେବାକୁ ମନା କଲେ କଂଗ୍ରେସ ନେତ୍ରୀ ଅମ୍ବିକା ସୋନୀ
  • ||
  • ବର୍ଷାରେ ଭାସିଗଲା କାଠପୋଲ, ୪୨ ପରିବାର ବାହ୍ୟ ଜଗତରୁ ବିଛିନ୍ନ
  • ||
  • ଟଳିଲା ବନ୍ୟା ଆଶଙ୍କା, ମହାନଦୀ ସମେତ ଶାଖାନଦୀରେ କମୁଛି ପାଣି
  • ||
  • ତିର୍ତ୍ତୋଲ ଓ କୁଜଙ୍ଗରେ ବଢୁଛି ଦୁର୍ଦ୍ଦଶା, ୧୦ ଗାଁରେ ପଶିଲା ବନ୍ୟାଜଳ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ କରୋନା ପଜିଟିଭ୍, ୩୦୯ ମୃତ
  • ||
  • ସଫଳ ହେଲା SPACE-X INSPIRATION ମିଶନ, ଅନ୍ତରୀକ୍ଷରୁ ଫେରିଲେ ୪ ପର୍ଯ୍ୟଟକ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୩ କୋଭିଡ୍ ପଜିଟିଭ୍
  • ||

ପିକ୍ଅପ୍ ଭ୍ୟାନ୍ ଧକ୍କାରେ ମହିଳା ମୃତ : ଅଳ୍ପକେ ବର୍ତ୍ତିଲେ ସ୍ବାମୀ ଏବଂ ଝିଅ

15/09/2020 at 1:21 PM

ବାଲେଶ୍ଵର ୧୫/୯: ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଥାନା ୬୦ ନମ୍ବର ଜାତୀୟ ରାଜପଥର ଟୋଲଗେଟ ନିକଟରେ  ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ପିକଅପ ଭ୍ୟାନ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଆରୁହା ଗ୍ରାମର ଅଶ୍ବିନୀ ସାମଲଙ୍କ ସ୍ତ୍ରୀ ମମତା ସାମଲ(୩୫)। ଉଭୟ ସ୍ବାମୀ ସ୍ତ୍ରୀ ଏବଂ ସାତ ବର୍ଷର ଝିଅ ଜଳେଶ୍ଵର ଆରୁହା ଗ୍ରାମ ରୁ ବାହାରି ଲକ୍ଷ୍ମଣନାଥ ସ୍ଥିତ ନାଙ୍ଗୁଡ ସାହି ସଡୁ ଘରକୁ ଯାଉଥିଲେ। ହେଲେ ଗେଟ ନିକଟରେ ପିକ ଅପ ଭ୍ୟାନ ଧକ୍କା ଦେଇଥିଲା।

 ଘଟଣାସ୍ଥଳରେ ମମତା  ମୃତ୍ୟୁ ବରଣ କରିଥିବାବେଳେ ତାଙ୍କର ସ୍ବାମୀ ଏବଂ ଝିଅ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ବେଳେ ସ୍ଥାନୀୟ ଲୋକେ ଶବକୁ ରଖି କ୍ଷତିପୂରଣ ଦାବିରେ ରାସ୍ତା ରୋକ କରିଥିଲେ। ତେବେ ଘଟଣାସ୍ଥଳରେ ତହସିଲ ପ୍ରଶାସନ ପହଞ୍ଚି ରେଡକ୍ରସ ପାଣ୍ଠିରୁ ମୃତକଙ୍କ ପରିବାରକୁ ୧୦୦୦୦ ଟଙ୍କାର ସହାୟତା ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।

   Related Posts