ଭାରସାମ୍ୟ ହରାଇ ଓଲଟିଲା ପିକ୍‌ଅପ୍‌ ଭ୍ୟାନ୍ ; ୮ ମୃତ, ୧୬ ଆହତ

Published By : Prameya-News7 Bureau | April 27, 2019 IST

ବଳରାମପୁର ୨୭|୪: ଛତିଶଗଡ଼ର ବଳରାମପୁର ଜିଲ୍ଲାରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପିକଅପ ଭ୍ୟାନ ଓଲଟି ୮ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୬ ଜଣ ଗୁରୁତର ଆହତ ହୋଇଛନ୍ତି ।  ଦୁର୍ଘଟଣା ପରେ ସମସ୍ତଙ୍କୁ ଉଦ୍ଧାର କରାଯାଇ ଅମ୍ବିକାପୁର ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।  ପିକଅପ ଧରାଗାଓ ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା । ଫଳରେ ଘଟଣାସ୍ଥଳରେ ୭ ଜଣଙ୍କର ମୃତ୍ୟୁ ହୋଇଥିଲା ।  ସ୍ଥାନୀୟ ଲୋକଙ୍କର ସହାୟତାରେ ପୋଲିସ ୧୭ ଜଣଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲା । ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.