Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

‘ପରୀ’ ହତ୍ୟା ମାମଲା : ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର

26/11/2020 at 1:43 PM

କଟକ ୨୬।୧୧: ବହୁ ଚର୍ଚ୍ଚିତ ନୟାଗଡ ପରୀ ହତ୍ୟାକାଣ୍ଡ ମାମଲାର ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଦାୟର ହେଲା ଜନସ୍ବାର୍ଥ ମାମଲା । ପରୀର ପରିବାର ଲୋକଙ୍କୁ ୨୫ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କୁ ଅନୁରୋଧ କରାଯାଇଛି । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏହି ଜନସ୍ବାର୍ଥ ମାମଲା ଦାୟର କରାଯାଇଛି । ଏହି ଘଟଣାରେ ରାଜ୍ୟ ଗୃହ ସଚିବ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ନୟାଗଡ଼ ଏସପି, ନୟାଗଡ଼ ସଦର ଥାନା ଅଧିକାରୀଙ୍କୁ ପକ୍ଷଭୁକ୍ତ କରାଯାଇଛି ।

ସୂଚନାଯୋଗ୍ୟ ଗତ ଜୁଲାଇ ୧୪ ତାରିଖ ଦିନ ଘର ଆଗରେ ଖେଳୁଥିବା ସମୟରେ ନିଖୋଜ ହୋଇଯାଇଥିଲା ପରୀ । ପରିବାର ଲୋକେ ବହୁ ଖୋଜାଖୋଜି କରି ଝିଅକୁ ନପାଇ ସଦର ଥାନାରେ ଅଭିଯୋଗ କରିଥିଲେ । ପେଲିସ ଟିମ୍ ଗଠନ କରି ତଦନ୍ତ କରିବା ସହ ଡଗ୍ ସ୍କ୍ବାର୍ଡ ଆଣି ଖୋଳତାଡ କରିଥିଲା । ୨୩ ତାରିଖ ଅପରାହ୍ନରେ ବାଡି ପଟ ଗାଡିଆ କୂଳରେ ବସ୍ତାରେ ବନ୍ଧା ଅବସ୍ଥାରେ ଝିଅର ଖଣ୍ଡ ବିଖଣ୍ଡିତ ଗଳିତ ମୃତଦେହ ମିଳିଥିଲା । ଘଟଣାକୁ ୪ ମାସ ବିତିଯାଇଥିଲେ ମଧ୍ୟ ଏଯାଏଁ ଅଭିଯୁକ୍ତଙ୍କୁ ଗିରଫ କରିପାରିନି ପୋଲିସ । ଯାହାକୁ ନେଇ ନୟାଗଡାରେ ତୀବ୍ର ଅସନ୍ତୋଷ ଦେଖାଦେଇଛି ।

   Related Posts