ପିପିଲି ଉପନିର୍ବାଚନ ପାଇଁ ଭୋଟିଂ ଜାରି : ଦିନ ୧୧ଟା ସୁଦ୍ଧା ୨୪.୭୬% ମତଦାନ

Published By : Prameya-News7 Bureau | September 30, 2021 IST

ଭୁବନେଶ୍ବର ୩୦।୯: ପିପିଲି ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି । ଦିନ ୧୧ଟା ସୁଦ୍ଧା ୨୪.୭୬ ପ୍ରତିଶତ ମତଦାନ ହୋଇଛି । ସକାଳ ୭ଟାରୁ ବିଭିନ୍ନ ବୁଥ୍ ରେ ଭୋଟର ମତଦାନ କରୁଛନ୍ତି । ମୋଟ୍ ୨ ଲକ୍ଷ ୨୯ ହଜାର ୯୯୮ ଜଣ ଭୋଟର ମତସାବ୍ୟସ୍ତ କରିବେ ।

ଉଲ୍ଲେଖଯୋଗ ଯେ, ଗତବର୍ଷ ଅକ୍ଟୋବର ମାସରେ ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲି ଆସନ ଖାଲି ପଡିଥିଲା ​​। ତେଣୁ ଏଠାରେ ଉପ-ନିର୍ବାଚନ ଅନୁଷ୍ଠିତ ହେଉଛି । ସମସ୍ତ ମତଦାନ କେନ୍ଦ୍ରରେ ଭୋଟିଂ ଜାରି ରହିଥିବା ବେଳେ ସକାଳ ୯ଟା ସୁଦ୍ଧା ୭.୮ ପ୍ରତିଶତ ମତଦାନ ହୋଇଥିଲା । ସେହିପରି ଦିନ ୧୧ଟା ସୁଦ୍ଧା ୧୧.୭୬ ପ୍ରତିଶତ ମତଦାନ ହୋଇଛି । ୩୪୮ଟି ମତଦାନ କେନ୍ଦ୍ରରେ ଭୋଟ୍ ଗ୍ରହଣ ଚାଲିଛି । ମତଦାନ ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.