Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||

କରୋନା ରୋଗୀଙ୍କ ପାଇଁ ଭଲ ଖବର: ରାଜ୍ୟରେ ପ୍ଲାଜମାଥେରାପି ଚିକିତ୍ସା ପାଇଁ ଆଗକୁ ଆସିଲେ ସରକାର

2/07/2020 at 5:30 PM

ଭୁବନେଶ୍ୱର, ୦୨|୦୭:  ରାଜ୍ୟରେ ପ୍ଲାଜମାଥେରାପିରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ପଦକ୍ଷେପ ଆରମ୍ଭ ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏନେଇ ଆଲୋଚନା କରାଯାଇଛି ।

ଏହି ପ୍ଲାଜମାଥେରାପିରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପଦ୍ଧତି ନିରୁପଣ ପାଇଁ ଏକ ବୈଷୟିକ କମିଟି ଗଠନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି କମିଟି ନୂତନ ଚିକିତ୍ସା ପଦ୍ଧତିର ମାର୍ଗଦର୍ଶିକା ପ୍ରସ୍ତୁତ କରିବା ସହ କେଉଁ ରୋଗୀ ଉପକୃତ ହେବେ ତାହାର ରିପୋର୍ଟ ସରକାରଙ୍କୁ ପ୍ରଦାନ କରିବ । ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ଚାରୋଟି ହସ୍ପିଟାଲରେ ଏହା ଆରମ୍ଭ ହେବ । ଭୁବନେଶ୍ୱରର ସମ୍ ହସ୍ପିଟାଲ, କିମ୍ସ ହସ୍ପିଟାଲ ସମେତ କଟକର ଏସସିବି ଓ ଅଶ୍ୱିନୀ ହସ୍ପିଟାଲରେ ଏହା ଆରମ୍ଭ ହେବ ।

ସୂଚନାଯୋଗ୍ୟ, ଗୁରୁତର କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ସରକାର ରାଜ୍ୟରେ ରେମେଡିସାଭିୟର ଓ ଫାଭିଫ୍ଲୁ ଔଷଧର ପ୍ରୟୋଗ ପାଇଁ ନିଷ୍ପତ୍ତି ନେଇଛନ୍ତି । ଗୁରୁବାର ରାଜ୍ୟ ଲୋକସେବା ଭାବନରେ ବସିଥିବା ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର, ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶିକା ଯାମିନୀ ଷଡଙ୍ଗୀଙ୍କ ସହ ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

   Related Posts