Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଅପରାହ୍ନରେ ବାହାରିବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ, ଓ୍ବେବସାଇଟରେ ଜାଣିହେବ ମାର୍କ

31/07/2021 at 7:25 AM

ଭୁବନେଶ୍ୱର, ୩୧|୦୭: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇବ। ଅପରାହ୍ଣରେ www.orisssaresults.nic.in ଓ୍ବେବ୍ ସାଇଟ୍ ରେ ପରୀକ୍ଷାଫଳ ଉପଲବ୍ଧ ହେବ।

ଛାତ୍ରଛାତ୍ରୀ ନିଜର ରୋଲ୍ ନମ୍ବର ଦେଇ ରେଜଲ୍ଟ ଜାଣିପାରିବେ। ଏଥିସହ ସାମ୍ସ କଲେଜ ଇ-ସ୍ପେସ୍ ରେ ମଧ୍ୟ ଫଳ ଉପଲବ୍ଧ ହେବ। ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ଏଥର ମୋଟ୍ ୧ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ପଞ୍ଜିକରଣ କରିଛନ୍ତି । ଯେଉଁଥିରେ ବିଜ୍ଞାନ ବିଭାଗର ୯୫ ହଜାର ଓ ବାଣିଜ୍ୟର ୨୫ ହଜାର ଛାତ୍ରଛାତ୍ରୀ ରହିଛନ୍ତି।

ମାଟ୍ରିକ୍ ପରି ଯୁକ୍ତ୨ରେ ବି ପାସ୍ ହାର ୯୦%ରୁ ଅଧିକ ହେବା ଆଶା କରାଯାଉଛି । ତେବେ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗର ପରୀକ୍ଷାଫଳ କେବେ ପ୍ରକାଶ ପାଇବ ତାହା ଏଯାଏ ନିର୍ଦ୍ଧାରଣ କରାଯାଇନି । ତେଣୁ କଳା ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇଁ ଅଧିକ ସମୟ ଦେବାକୁ ସୁପ୍ରିମକୋର୍ଟଙ୍କ ନିକଟରେ ପରିଷଦ ପକ୍ଷରୁ ଅପିଲ କରାଯାଇଛି ।

ଏଥର କରୋନା ପାଇଁ ପରୀକ୍ଷା ହୋଇନଥିବାରୁ , ବିନା ପରୀକ୍ଷାରେ ଏକ ନିର୍ଦ୍ଦିଷ୍ଟ ପଦ୍ଧତିରେ ଛାତ୍ରଛାତ୍ରୀଙ୍କ ମାର୍କିଂ କରାଯାଇଛି। ଯେଉଁ ଛାତ୍ରଛାତ୍ରୀ ରେଜଲ୍ଟରେ ଅସନ୍ତୁଷ୍ଟ ହେବେ, ସେମାନଙ୍କ ପାଇଁ ଅଫଲାଇନରେ ପରୀକ୍ଷା ଦେବା ଲାଗି ସୁଯୋଗ ରହିବ।
 

   Related Posts