Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୦୩ କରୋନା ଆକ୍ରାନ୍ତ
  • ||
  • ମେ’ ୧୩ରେ ପିପିଲି ଉପନିର୍ବାଚନ
  • ||
  • ଆଜି ରାତି ୮ରେ ପିଏମ୍‌ ମୋଦୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଉଦଳା : ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ ! ଥାନାରେ ମାମଲା, ଅଭିଯୁକ୍ତ ଫେରାର
  • ||
  • ଲମତାପୁଟ : ୩ଦିନ ପରେ ଯୁବକଙ୍କ ମୃତଦେହ ଉଦ୍ଧାର, ପାତାଳୀ ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ଥିଲେ
  • ||
  • ଉଦଳା : ବାଇକ୍‌କୁ ପିଟିଲା ଟ୍ରାକ୍ଟର, ଅଧ୍ୟାପକଙ୍କ ମୃତ୍ୟୁ, ଟ୍ରାକ୍ଟର ନେଇ ଡ୍ରାଇଭର ଫେରାର
  • ||
  • ଭୁବନେଶ୍ବର : ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚାଲାଣକାରୀ, ୧୨ କିଲୋ ଓଜନର ଜୀବନ୍ତ ବଜ୍ରକାପ୍ତା ସହ ବ୍ୟବସାୟୀ ଗିରଫ
  • ||
  • ଯାଜପୁର ରୋଡ୍ : ରେଳ ଧାରଣାରୁ କିନ୍ନରଙ୍କ ମୃତଦେହ ଉଦ୍ଧାର, ଯୁବକଙ୍କ ସହ ଥିଲା ପ୍ରେମ ସମ୍ପର୍କ
  • ||
  • ବ୍ରହ୍ମପୁର : ଭାରସାମ୍ୟ ହରାଇ ଓଲଟିଲା ‘ଶିବଶମ୍ଭୁ’, ୧୦ ଯାତ୍ରୀ ଆହତ
  • ||
  • ନବରଙ୍ଗପୁର : ନାଇଟ୍ କର୍ଫ୍ୟୁ ବେଳେ ବୁଲାଇଲେ କଳାକନା, ରୂପା ଗହଣା ଲୁଟ୍, ସୁନା ଅଳଙ୍କାର ଚୋରି ବେଳେ ବାଜିଲା ସାଇରନ୍
  • ||

ମାର୍ଚ୍ଚ ପହିଲାରୁ ଯୁକ୍ତ ୩ ପ୍ରଥମ ବର୍ଷ କ୍ଲାସ୍, ଅନଲାଇନ୍‌ରେ ପଢିବେ ଛାତ୍ରଛାତ୍ରୀ

25/02/2021 at 10:12 AM

ଭୁବନେଶ୍ବର ୨୫।୨: ମାର୍ଚ୍ଚ ୧ ତାରିଖଠାରୁ ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଅନ୍‌ଲାଇନ୍‌ରେ ପାଠପଢ଼ା ଆରମ୍ଭ ହେବ। ଏନେଇ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଶାଶ୍ବତ ମିଶ୍ର ବିଶ୍ବବିଦ୍ୟାଳୟ କୁଳପତି ଓ ସରକାରୀ ଏବଂ ଘରୋଇ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି ।

ରାଜ୍ୟରେ ସ୍ନାତକ ଓ ସ୍ନାତକୋତ୍ତର ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ୨୦୨୧ ଜାନୁଆରୀ ୧୧ ତାରିଖଠାରୁ ଅଫ୍‌ଲାଇନ୍‌ରେ ପାଠପଢ଼ା ଆରମ୍ଭ ହୋଇଯାଇଛି । ସେହିପରି ୨୦୨୧ ଫେବ୍ରୁଆରୀ ୧୦ ତାରିଖଠାରୁ ସ୍ନା‌ତକୋତ୍ତର ପ୍ରଥମ ବର୍ଷ ଏବଂ ତିନି ବର୍ଷୀୟ ସ୍ନାତକ ପାଠ୍ୟକ୍ରମର ଦ୍ବିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ସହ ୪ ବର୍ଷୀୟ ସ୍ନା‌ତକ ପାଠ୍ୟକ୍ରମର ତୃତୀୟ ବର୍ଷର ପିଲାଙ୍କ ପାଠପଢ଼ା ଅଫ୍‌ଲାଇନ୍‌ ମାଧ୍ୟମରେ ଆରମ୍ଭ ହୋଇଯାଇଛି ।

କୋଭିଡ୍-୧୯ ସଂକ୍ରମଣ ନିୟନ୍ତ୍ରଣକୁ ଆସିପାରି ନଥିବାରୁ ଯୁକ୍ତ ୩ ପ୍ରଥମ ବର୍ଷର ପିଲାଙ୍କ ପାଠପଢ଼ା ଅଫ୍‌ଲାଇନ୍‌ରେ ହୋଇପାରୁନାହିଁ। କିନ୍ତୁ ପାଠପଢ଼ା ଶୀଘ୍ର ଆରମ୍ଭ ନ କରାଗଲେ ଯୁକ୍ତ ୩ ଶ୍ରେଣୀର ପିଲାମାନେ ଅସୁବିଧାର ସମ୍ମୁଖୀନ ହେବାର ଆଶଙ୍କା ଦେଖାଯାଇଛି । ଏହାକୁ ଦୃଷ୍ଟିରେ ରଖି ଯୁକ୍ତ ୩ ପ୍ରଥମ ଶ୍ରେଣୀର ପାଠପଢ଼ା ମାର୍ଚ୍ଚ ୧ରୁ ଆରମ୍ଭ ହେବାକୁ କୁହାଯାଇଛି ।

   Related Posts