Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବାତିଲ୍‌ ହେଲା ଯୁକ୍ତ ଦୁଇ ପରୀକ୍ଷା

4/06/2021 at 1:23 PM

ଭୁବନେଶ୍ୱର, ୦୪/୦୬: ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ୍‌ ଘୋଷଣା କରିଛନ୍ତି । କରୋନା ସଂକ୍ରମଣ ବୃଦ୍ଧି ସମୟରେ CHSE ପରୀକ୍ଷାକୁ ନେଇ ଛାତ୍ରଛାତ୍ରୀ ଏବଂ ଅଭିଭାବକଙ୍କ ମଧ୍ୟରେ ରହିଥିବା ଦ୍ୱନ୍ଦ ଏବେ ସରକାର ଦୂର କରିଛନ୍ତି ।

ପରୀକ୍ଷାଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ଅଧିକ ଗୁରୁତ୍ୱପୂର୍ଣ୍ଣ । ପରୀକ୍ଷା ହୋଇଥିଲେ ଛାତ୍ରଛାତ୍ରୀ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତେ । ଛାତ୍ର ସମାଜର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ଏପରି ନିଷ୍ପତ୍ତି ନିଆଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ତେବେ ବିଶେଷଜ୍ଞଙ୍କ ମାପଦଣ୍ଡ ଅନୁସାରେ ପରୀକ୍ଷା ଫଳ ସ୍ଥିର କରାଯିବ ବୋଲି ସୂଚନା ମିଳିଛି । ଫଳ ନେଇ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ପୁଣି ଚାହିଁଲେ ପରୀକ୍ଷା ଦେଇ ପାରିବେ ବୋଲି କୁହାଯାଇଛି । ହେଲେ ଏହି ପରୀକ୍ଷା କେବେ କରାଯିବ ସେ ନେଇ CHSE ତାରିଖ ଘୋଷଣା କରିବ ।  

ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ନେଇ ସିବିଏସ୍‌ସି ଛାତ୍ରଛାତ୍ରୀ ଚିନ୍ତାରେ ଥିଲେ । ମଙ୍ଗଳବାର କେନ୍ଦ୍ର ସରକାର ସିବିଏସ୍‌ଇର ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ରଦ୍ଦ କରିଥିଲେ । ଏହି ଘୋଷଣା ପରେ ବିଭିନ୍ନ ରାଜ୍ୟ ଯଥା- ହରିୟାଣା, ରାଜସ୍ଥାନ, ଉତ୍ତରପ୍ରଦେଶ, ଗୁଜୁରାଟ, ଉତ୍ତରାଖଣ୍ଡ, ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ର ସରକାର ମଧ୍ୟ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ୍‌ କରିଛନ୍ତି । ତେବେ ଆଜି ଓଡ଼ିଶା ସରକାର ଯୁକ୍ତ ଦୁଇ ପରାକ୍ଷା ବାତିଲ୍‌ ନେଇ ଘୋଷଣା କରିଛନ୍ତି ।

   Related Posts