Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ମେ’ ୧୮ରୁ ଯୁକ୍ତ ୨ ପରୀକ୍ଷା, ଜୁନ୍ ୧୨ରେ ସରିବ

24/02/2021 at 1:09 PM

ଭୁବନେଶ୍ବର ୨୪।୨: ମେ ୧୮ ତାରିଖରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ ହେବ । ଯୁକ୍ତ ଦୁଇ କଳା, ବିଜ୍ଞାନ ଓ ବାଣିଜ୍ୟ ଏବଂ ଧନ୍ଦାମୂଳକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ୧୮ ତାରିଖରୁ ଆରମ୍ଭ ହେବାବେଳେ ଜୁନ୍ ୧୨ ତାରିଖରେ ପରୀକ୍ଷା ସରିବ । ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ପ୍ରଥମ ଦିନରେ ଫିଜିକ୍ସି ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଅନ୍ୟପଟେ ମେ’ ୨୮ ତାରିଖରୁ ଯୁକ୍ତ ୨ ଧନ୍ଦାମୂଳକ ପରୀକ୍ଷା ଆରମ୍ଭ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ଚଳିତବର୍ଷ ପ୍ରାୟ ୪ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ।

ଉଲ୍ଲେଖଯୋଗ୍ୟ ଯେ, କରୋନା ମହାମାରୀ ଯୋଗୁଁ ସ୍କୁଲ, କଲେଜ ବନ୍ଦ ରହିଥିଲା । ଛାତ୍ରଛାତ୍ରୀମାନେ ଅନଲାଇନ୍‌ରେ ପାଠ ପଢୁଥିଲେ । କେବେ ପରୀକ୍ଷା ହେବ ଅନଲାଇନ୍‌ରେ ହେବ କି ଅଫଲାଇନ୍‌ରେ ହେବ ସେନେଇ ଛାତ୍ରଛାତ୍ରୀ ଓ ଅଭିଭାବକ ପୂର୍ବରୁ ଦ୍ବନ୍ଦ୍ବରେ ଥିଲେ । ତେବେ ଆଜି ମନ୍ତ୍ରୀଙ୍କ ଘୋଷଣା ପରେ ଛାତ୍ରଛାତ୍ରୀ ଓ ଅଭିଭାବକ କିଛି ମାତ୍ରାରେ ଆଶ୍ବସ୍ତ ହୋଇଛନ୍ତି ।

ଚଳିତ ବର୍ଷ ଯୁକ୍ତ ୨ ପ୍ରଶ୍ନପତ୍ର ଢାଞ୍ଚା ମଧ୍ୟ ବଦଳିବ । ଏଥର ୫୦% ମଲଟିପୁଲ ଚଏସ । ଚଳିତ ବର୍ଷ ଯୁକ୍ତ ୨ ପ୍ରଶ୍ନପତ୍ରରେ କେତେକ ପରିବର୍ତ୍ତନ କରାଯାଇଛି । ଏ ନେଇ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପୂର୍ବରୁ ସୂଚନା ଦେଇଥିଲେ । ଏଥର ଯୁକ୍ତ ୨ ପ୍ରଶ୍ନପତ୍ରରେ ୫୦% ମଲଟିପୁଲ ଚଏସ ରହିବ ଫଳରେ ପିଲାମାନଙ୍କୁ ସୁବିଧା ମିଳିବ । ଯେଉଁଥିରେ ୧ ମାର୍କର ୫୦ଟି ପ୍ରଶ୍ନ ରହିବ।

ଅପରପକ୍ଷରେ ୩୦% ପ୍ରଶ୍ନ ସଂକ୍ଷିପ୍ତ ଉତ୍ତରମୂଳକ ହେବ । ପ୍ରତ୍ୟେକ ପ୍ରଶ୍ନର ମାର୍କ ୨ କିମ୍ବା ୩ ଲେଖାଏଁ ରହିବ । ବାକି ୨୦% ଦୀର୍ଘ ଉତ୍ତରମୂଳକ ହେବ। ପୂର୍ବ ବର୍ଷ ପରି ଏଥର ମଧ୍ୟ ଛାତ୍ରଛାତ୍ରୀମାନେ ନିଜେ ପଢ଼ୁଥିବା କଲେଜରେ ପରୀକ୍ଷା ଦେବେ । ୨୦୧୬ କିମ୍ବା ପରବର୍ତ୍ତୀ ସମୟରେ ପଞ୍ଜିକରଣ କରିଥିବା ଛାତ୍ରଛାତ୍ରୀ ୭୦% ସିଲାବସ୍ ଅନୁଯାୟୀ ନୂତନ ଢାଞ୍ଚାରେ ପରୀକ୍ଷା ଦେବେ ।

   Related Posts