Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଯୁକ୍ତ ୨ ପ୍ରଶ୍ନପତ୍ରରେ ହେବ ପରିବର୍ତ୍ତନ, ୫୦ ପ୍ରତିଶତ ରହିବ ମଲଟିପୁଲ୍ ଚଏସ୍

25/01/2021 at 5:54 PM

ଭୁବନେଶ୍ବର ୨୫।୧: ବଦଳିବ ଯୁକ୍ତ ୨ ପ୍ରଶ୍ନପତ୍ର ଢାଞ୍ଚା । ଏଥର ୫୦% ମଲଟିପୁଲ ଚଏସ । ଚଳିତ ବର୍ଷ ଯୁକ୍ତ ୨ ପ୍ରଶ୍ନପତ୍ରରେ କେତେକ ପରିବର୍ତ୍ତନ କରାଯାଇଛି। ଏ ନେଇ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଏଥର ଯୁକ୍ତ ୨ ପ୍ରଶ୍ନପତ୍ରରେ ୫୦% ମଲଟିପୁଲ ଚଏସ ରହିବ ଫଳେର ପିଲାମାନଙ୍କୁ ସୁବିଧା ମିଳିବ। ଯେଉଁଥିରେ ୧ ମାର୍କର ୫୦ ଟି ପ୍ରଶ୍ନ ରହିବ।

ଅପରପକ୍ଷରେ ୩୦% ପ୍ରଶ୍ନ ସଂକ୍ଷିପ୍ତ ଉତ୍ତରମୂଳକ ହେବ। ପ୍ରତ୍ୟେକ ପ୍ରଶ୍ନର ମାର୍କ ୨ କିମ୍ବା ୩ ଲେଖାଏଁ ରହିବ। ବାକି ୨୦% ଦୀର୍ଘ ଉତ୍ତରମୂଳକ ହେବ। ପୂର୍ବ ବର୍ଷ ପରି ଏଥର ମଧ୍ୟ ଛାତ୍ରଛାତ୍ରୀମାନେ ନିଜେ ପଢ଼ୁଥିବା କଲେଜରେ ପରୀକ୍ଷା ଦେବେ। ୨୦୧୬ କିମ୍ବା ପରବର୍ତ୍ତୀ ସମୟରେ ପଞ୍ଜିକରଣ କରିଥିବା ଛାତ୍ରଛାତ୍ରୀ ୭୦% ସିଲାବସ ଅନୁଯାୟୀ ନୂତନ ଢାଞ୍ଚାରେ ପରୀକ୍ଷା ଦେବେ।

ତେବେ ପରୀକ୍ଷା ଫି ଛାଡ଼ ହେବା ନେଇ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ହୋଇନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।

   Related Posts