Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ବଢିଲା ସଂକ୍ରମଣ, ୭ ଦିନ ପାଇଁ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
  • ||
  • ଆଜିଠୁ ଟିକା ଉତ୍ସବ, ୧୪ ଯାଏ କରୋନା ମହାମାରୀ ମୁକାବିଲା ଲାଗି ଚାଲିବ ଦେଶବ୍ୟାପୀ
  • ||

ରେକର୍ଡ ଭାଙ୍ଗୁଛି କରୋନା : ଆଜି କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ, ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା

8/04/2021 at 7:33 AM

ନୂଆଦିଲ୍ଲୀ ୦୮।୦୪: ଆଜି ଦେଶର କୋଭିଡ୍ ସ୍ଥିତି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ । ଦେଶରେ ଦ୍ବିତୀୟ କରୋନା ଲହର ପ୍ରଭାବରେ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଇବାରେ ଲାଗିଛି। ଗତବର୍ଷ କରୋନାର ପ୍ରଥମ ଲହରରେ ଦେଶ ଯେତିକି ପ୍ରଭାବିତ ହୋଇ ନଥିଲା ଏବେ କରୋନାର ଦ୍ବିତୀୟ ଲହର ଦ୍ବାରା ସ୍ଥିତି ଅଧିକ ସଂଗୀନ ହେବାରେ ଲାଗିଛି ।

ବର୍ତ୍ତମାନ ଦୈନିକ କରେନା ସଂକ୍ରମଣ ସବୁ ରେକର୍ଡ ଭାଙ୍ଗି ୧ ଲକ୍ଷ ଟପି ଯାଇଛି। ଦିନକୁ ଦିନ ଦେଶରେ କରୋନା ସ୍ଥିତି ଉଗ୍ର ହେଉଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଆଜି ଦେଶର ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ। ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍ ଫରେନ୍ ସିଂ ଜରିଆରେ ଆଲୋଚନା କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ୍ ଓ ଟିକାକରଣ ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି।

ବିଭିନ୍ନ ରାଜ୍ୟଗୁଡ଼ିକର କରୋନା ସ୍ଥିତି ଓ ଟିକାକରଣ କାର୍ଯ୍ୟକ୍ରମ କିଭଳି ଚାଲିଛି ତାହା ହିଁ ବୈଠକର ମୁଖ୍ୟ ଏଜେଣ୍ଡା ରହିଛି। ସେହିପରି କରୋନାର ଦ୍ବିତୀୟ ସଂକ୍ରମଣକୁ ରୋକିବା ପାଇଁ କ’ଣ ସବୁ ପଦକ୍ଷେପ ନିଆଯାଇ ପାରିବ, ସେ ବିଷୟରେ ମଧ୍ୟ ଆଲୋଚନା କରାଯିବ।

   Related Posts