Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||
  • ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେସନ ନିର୍ବାଚନ : ଏବେସୁଦ୍ଧା ଆଗରେ ବିଜେପି, ପଛରେ ଟିଆରଏସ ଓ ଏଆଇଏମଆଇଏମ
  • ||

ବଢିବ କି ଲକ୍‌ଡାଉନ୍ ?‌ ଦେଶବାସୀଙ୍କୁ ଆଜି ରାତି ୮ଟାରେ ପୁଣି ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

12/05/2020 at 11:56 AM

ନୂଆଦିଲ୍ଲୀ ୧୨।୦୫: ଆଜି ପୁଣି ଦେଶବାସୀକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ରାତି ୮ଟା ସମୟରେ ପୁଣି ଥରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ । ଦେଶରେ କରୋନା ଭାଇରସ ନେଇ ଲକ୍‌ଡାଉନ୍‌ ଜାରି କରାଯାଇଛି । ତେବେ ଏହି ଲକ୍‌ଡାଉନ୍‌ ଜାରି ହୋଇଥିବା ବେଳେ ଏହା ପ୍ରଧାନମନ୍ତ୍ରୀଙ୍କର ଦେଶବାସୀଙ୍କୁ ଏହା ଚତୁର୍ଥ ସମ୍ଭୋଧନ ହେବ । ତେବେ ଏହିଭଲି ମାରାତ୍ମକ କରୋନା ଭାଇରସ ପରି ଜଟିଳ ସମୟରେ କେନ୍ଦ୍ର ସରକାରଙ୍କ କଣ କଣ ପଦେକ୍ଷପ ରହିବ ସେ ବିଷୟରେ କିଛି ଘୋଷଣା କରିପାରନ୍ତି ବୋଲି ସୂଚନା ରହିଛି । ତେବେ ଆଜି ରାତିରେ ଦେଶବାସୀଙ୍କୁ ସମ୍ବୋଧନ ନେଇ ପ୍ରଧାନମନ୍ତ୍ରୀ ନିଜେ ଟ୍ୱିଟ୍‌ କରି ଜଣାଇଛନ୍ତି ।

ସୂଚନାଯୋଗ୍ୟ ଯେ, ଦେଶରେ କରୋନା ଜନିତ ଲକ୍‌ଡାଉନ୍‌ ଜାରି ରହିଛି । ମାର୍ଚ୍ଚ ୨୫ରେ ଦେଶରେ ପ୍ରଥମ ପର୍ଯ୍ୟାୟ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା । ଯାହାକି ପର୍ଯ୍ୟାୟ କ୍ରମେ ଲକ୍‌ଡାଉନ୍‌ର ଅବଧିକୁ ବୃଦ୍ଧି କରାଯାଇଥିଲେ । ଦେଶରେ ଲକ୍‌ଡାଉନ୍‌ ତୃତୀୟ ପର୍ଯ୍ୟାୟ ଜାରି ରହିଛି । ଏବେ ଲକ୍‌ଡାଉନ୍‌ର ତୃତୀୟ ପର୍ଯ୍ୟାୟ ଚାଲୁରହିଛି । ଯାହାକି ମେ ୧୭ରେ ଶେଷ ହେବାକୁ ଯାଉଛି । କିନ୍ତୁ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଶେଷ ହେବା ପୂର୍ବରୁ ଦେଶର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଥିଲେ । ଏବଂ ରାଜ୍ୟମାନଙ୍କ କରୋନା ସ୍ଥିତି ବିଷୟରେ ସବିଶେଷ ତଥ୍ୟ ସଂଗ୍ରହ କରିଥିଲେ । ତେବେ ଗତକାଲି ମୁଖ୍ୟମନ୍ତ୍ରୀମାନଙ୍କ ସହ ହୋଇଥିବା ବୈଠକରେ ଅଧିକାଂଶ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରିବା ଜଣାଇଥିଲେ । ବହୁ ରାଜ୍ୟ ମଧ୍ୟ କରୋନା ସ୍ଥିତିକୁ ଦେଖି ନିଜ ନିଜ ରାଜ୍ୟରେ ଲକ୍‌ଡାଉନ୍‌ର ଅବଧିକୁ ବୃଦ୍ଧି କରିସାରିଛନ୍ତି ।

ତେବେ ପ୍ରଧାନମନ୍ତ୍ରୀଙ୍କର ଆଜି ଘୋଷଣାରେ କିଛି କ୍ଷେତ୍ରରେ ଲକ୍‌ଡାଉନ୍‌ କୋହଳ କରାଯାଇପାରେ । ଯେପରି ଗ୍ରୀନ୍‌ ଜୋନ୍‌ ଓ ଅରେଞ୍ଜ ଜୋନ୍‌ ପାଇଁ କିଛି ନିୟମ କୋହଳ କରିପାରନ୍ତି । ସେହିପରି ରେଡ୍‌ ଜୋନ୍‌ରେ କଟକଣା ବଳବତ୍ତର ରଖିବାକୁ ନିଷ୍ପତ୍ତି ନିଆଯାଇପାରେ ବୋଲି ସୂଚନା ରହିଛି ।

   Related Posts