Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ହୋଇପାରେ ବଡ ଧରଣର ଅଦଳବଦଳ ! ଶାହା ଏବଂ ନଡ୍ଡାଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ

11/06/2021 at 7:26 PM

ନୂଆଦିଲ୍ଲୀ ୧୧/ ୦୬ : ବଦଳିବାକୁ ଯାଉଛି ମୋଦିଙ୍କ ମନ୍ତ୍ରୀମଣ୍ଡଳର ଦୃଶ୍ୟପଟ ! ମନ୍ତ୍ରୀମଣ୍ଡଳ ଅଦଳବଦଳ ହେବା ଏକ ପ୍ରକାର ନିଶ୍ଚିତ ହୋଇଥିବା ବିଶ୍ବସ୍ତ ସୂତ୍ରରୁ ଖବର ମିଳିଛି । ପଶ୍ଚିମବଙ୍ଗରେ ବିଜେପିର ପରାଜୟ ଏବଂ ଆସନ୍ତାବର୍ଷ ହେବାକୁ ଥିବା ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳ ଅଦଳବଦଳ ହେବାର ଯଥେଷ୍ଟ ସମ୍ଭାବନା ରହିଛି ।


ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ବିଭାଗର ମନ୍ତ୍ରୀମାନଙ୍କ ସହିତ ବ୍ୟକ୍ତିଗତ ଭାବେ ଆଲୋଚନା ଜାରି ରଖିଛନ୍ତି । ଏହା ସହିତ ବିଭିନ୍ନ ବରିଷ୍ଠ ନେତାମାନଙ୍କ ସହିତ ମନ୍ତ୍ରାଳୟ ସମ୍ବନ୍ଧୀୟ ଆଲୋଚନା ମଧ୍ୟ କରିଥିବା ସୂଚନା ମିଳିଛି । ଗୃହମନ୍ତ୍ରୀ ଅମିତ ଶାହା ଏବଂ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସହିତ ଶୁକ୍ରବାର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦି ।


ଆସନ୍ତାକାଲି ଅର୍ଥାତ ଶନିବାର, ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ନରେନ୍ଦ୍ର ସିଂ ତୋମାର, ଗଜେନ୍ଦ୍ର ସିଂହ ଶେଖାଓ୍ବତ, ମହେନ୍ଦ୍ର ନାଥ ପାଣ୍ଡେୟ, ହରଦୀପ ସିଂ ପୁରୀଙ୍କ ସହିତ ବିଭାଗୀୟ ମନ୍ତ୍ରାଳୟ ସମ୍ବନ୍ଧରେ ଆଲୋଚନା ମରିବେ ପ୍ରଧାନମନ୍ତ୍ରୀ । ଏହା ପୂର୍ବରୁ ବିକେ ସିଂହ ଏବଂ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସହିତ ସମୀକ୍ଷା ବୈଠକ କରିସାରିଛନ୍ତି ।


ଏହାପୂର୍ବରୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଦିନ ପ୍ରାୟ ୧୧ ଟା ସମୟରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚି ସେଠାରେ ମୋଦୀଙ୍କ ସହ ଆଲୋଚନା କରିଥିଲେ । ଦୁଇ ନେତାଙ୍କ ମଧ୍ୟରେ ପ୍ରାୟ ଦେଢ ଘଣ୍ଟା ଧରି ଆଲୋଚନା ଚାଲିଥିଲା ।

   Related Posts