Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ : ବିଜେପି କରୁଛି ୨୦ ଦିନିଆ ସେବା ସମର୍ପଣ ଅଭିଯାନ, ଯୁବ କଂଗ୍ରେସ ପାଳିବ ବେରୋଜଗାର ଦିବସ

17/09/2021 at 8:46 AM

ନୂଆଦିଲ୍ଲୀ ୧୭/୦୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ୭୧ ବର୍ଷରେ ପାଦ ଦେଲେ ନରେନ୍ଦ୍ର ମୋଦି । ଏହି ଅବସରରେ ବିଜେପି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଏଥିପାଇଁ ୨୦ ଦିନିଆ ରାଷ୍ଟ୍ରୀୟ ଅଭିଯାନର ଯୋଜନା ପ୍ରସ୍ତୁତ କରାଯାଇଛି ଯାହା ଆଜିଠାରୁ ଆରମ୍ଭ କରାଯିବ ଓ ଏହା ୭ ଅକ୍ଟୋବର ପର୍ଯ୍ୟନ୍ତ ଚାଲିବ । ଏହି ଅଭିଯାନକୁ ସେବା ଓ ସମର୍ପଣ ନାମ ଦିଆଯାଇଛି ।

ଏହି ଅଭିଯାନକୁ ୨୦ ଦିନିଆ ପାଳନ କରିବା ପଛରେ କାରଣ ହେଉଛି ଆଜିକୁ ଠିକ୍ ୨୦ ଦିନ ପରେ ଅର୍ଥାତ୍ ୭ ଅକ୍ଟୋବରକୁ ୨୦ ବର୍ଷ ପୂର୍ବେ ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ । ତେଣୁ ଏହି ଅଭିଯାନକୁ ବିଜେପି ୭ ଅକ୍ଟୋବର ପର୍ଯ୍ୟନ୍ତ ପାଳନ କରିବ । ଏଥିପାଇଁ ଏକ ସଂସଦୀୟ ସମିତି ଗଠନ କରାଯାଇଛି ଯାହା ଦଳର କର୍ମୀମାନଙ୍କ ପାଇଁ କାର୍ଯ୍ୟକ୍ରମର ଆୟୋଜନ କରିବ । ଏହି ସମିତିର ନେତୃତ୍ୱ କୈଳାଶ ବିଜୟଭର୍ଗିୟ ନେଇଛନ୍ତି ।

ଏଥିରେ ରକ୍ତଦାନ ଶିବିର, ମୋଦିଙ୍କ ଜୀବନି ଉପରେ ପ୍ରଦର୍ଶନୀ ଆଦିର ଆୟୋଜନ କରାଯିବ । ଏହାସହ ଦଳର ସମସ୍ତ କାର୍ଯ୍ୟାଳୟରୁ ଲକ୍ଷ ଲକ୍ଷ ସଂଖ୍ୟାରେ ପୋଷ୍ଟକାର୍ଡ ମୋଦିଙ୍କ ନିକଟକୁ ପଠାଯିବ । ସେହିଭଳି ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ କଂଗ୍ରେସର ଯୁବ ବାହିନୀ ‘ଜାତୀୟ ବେକାରୀ ଦିବସ’ ପାଳନ କରିବ । ଭାରତୀୟ ଯୁବ କଂଗ୍ରେସ ଦ୍ୱାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ ‘ଜାତୀୟ ବେକାରୀ ଦିବସ’ ଅଧୀନରେ ସାରା ଦେଶରେ ସଂଗଠନ ଦ୍ୱାରା ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ ।

   Related Posts