ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ସୁରକ୍ଷା କମିଟି ବୈଠକ

Published By : Prameya-News7 Bureau | February 15, 2019 IST

ନୂଆଦିଲ୍ଲୀ ୧୫|୨:  ଜମ୍ମୁକାଶ୍ମୀର ପୁଲୱାମାରେ ସିଆରପିଏଫ ଯବାନଙ୍କ ଉପରେ ଆକ୍ରମଣ ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଚାଲିଛି କ୍ୟାବିନେଟ୍ ସୁରକ୍ଷା କମିଟି ବୈଠକ । ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ନେଇ ବୈଠକରେ ଚାଲିଛି ଆଲୋଚନା । ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ, ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ, ପ୍ରତିରକ୍ଷା ନିର୍ମଳା ସୀତାରମଣ, ଅର୍ଥ ମନ୍ତ୍ରୀ ଅରୁଣ ଜେଟଲୀ ଉପସ୍ଥିତ ଅଛନ୍ତି । ସେନା ମୁଖ୍ୟ, ନୌସେନା ମୁଖ୍ୟ, ବାୟୁସେନା ମୁଖ୍ୟ ବୈଠକରେ ଉପସ୍ଥିତ ଅଛନ୍ତି । ଏନଏସଏ ଅଜିତ ଡୋଭାଲ, ସିଆରପିଏଫ୍ ଡିଜି ମଧ୍ୟ ଉପସ୍ଥିତ ଅଛନ୍ତି ।

{"id":85371}

ସୂଚନାଯୋଗ୍ୟ ଯେ, ଗତକାଲି ଶ୍ରୀନଗର-ଜମ୍ମୁ ହାଇୱେରେ ସିଆରପିଏଫ୍ ଯବାନମାନଙ୍କୁ ନେଇ ୭୦ଟି ବସ୍ ଯାଉଥିବା ବେଳେ ଅୱନ୍ତିପୁରାଠାରେ ହଠାତ୍ ଆତଙ୍କବାଦୀମାନେ ଅତର୍କିତ ଆକ୍ରମଣ କରିଥିଲେ । ଏକ ଆଇଇଡି ବିସ୍ଫୋରକ ଭର୍ତ୍ତି ଗାଡ଼ି ସିଧା ଆସି ଦୁଇଟି ସିଆରପିଏଫ୍ ବସକୁ ଧକ୍କା ଦେଇଥିଲା । ଫଳରେ ବଡ ଧରଣର ବିସ୍ଫୋରଣ ହେବା ସହ ୪୦ ଜଣ ଯବାନ ସହିଦ ହୋଇଥିଲେ । ସିଆରପିଏଫର ୨୫ ଶହ ୪୭ଜଣ ଯବାନ ଏକ ଟ୍ରାଂଜିଟ କ୍ୟାମ୍ପରୁ ଜମ୍ମୁରୁ ଶ୍ରୀନଗର ଯାଉଥିବା ବେଳେ ଆତଙ୍କୀ ହମଲା କରିଥିଲେ । ଜୈଶ- ଏ-ମହମ୍ମଦ ଆତଙ୍କୀ ସଂଗଠନ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି। ଅଓ୍ବନ୍ତିପୁରାରେ ସିଆରପିଏଫ୍ ଯବାନଙ୍କ ବସ୍ ଉଡ଼ାଇବା ପାଇଁ ଆତ୍ମଘାତୀ ଆତଙ୍କବାଦୀ ୩୫୦ କିଲୋ ବିସ୍ଫୋରକ ବ୍ୟବହାର କରିଥିଲା ବୋଲି ଜଣାପଡ଼ିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.