Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଜରୁରୀ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ, ଲକଡାଉନ୍ ଉପରେ ନିଆଯାଇପାରେ ବଡ ନିଷ୍ପତ୍ତି

19/04/2021 at 12:47 PM

ନୂଆଦିଲ୍ଲୀ,୧୯/୦୪:  ଦେଶରେ କରୋନା ଭାଇରସର ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଦୈନିକ ଅଢେଇ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାମଧ୍ୟରେ କିଛି ରାଜ୍ୟରେ କଟକଣା ଫେରିଛି । ଏପରିକି ଦିଲ୍ଲୀ ସରକାର ମଧ୍ୟ ୬ ଦିନିଆ ଲକଡାଉନ୍ ଲାଗୁ କରିଛନ୍ତି । ଏହାମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି ।

ପ୍ରଧାନମନ୍ତ୍ରୀ କରୋନା ଜନିତ ମାମଲା ବଢିବା ପରେ ଏହି ବୈଠକ ଡାକିଛନ୍ତି । ବୈଠକରେ ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ଏଥିରେ ଲକଡାଉନ୍ ଉପରେ ବିଚାର କରାଯିବା ସହ କିଛି ନିଷ୍ପତ୍ତି ନିଆଯାଇପାରେ ବୋଲି କୁହାଯାଉଛି । କାରଣ ଗତ କିଛିଦିନ ହେବ ଦେଶରେ ଲକଡାଉନ୍ ନେଇ ଦାବି କରାଯାଉଛି ।

ବୈଠକରେ ବରିଷ୍ଠ ଅଧିକାରୀଙ୍କ ସହ କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ହେବେ ବୋଲି ସୂଚନା ମିଳିଛି । ଆଉ କିଛି ସମୟ ପରେ ବୈଠକ ଆରମ୍ଭ ହେବ ।

ସୂଚନାଯୋଗ୍ୟ, ୨୪ ଘଣ୍ଟାରେ ୨ ଲକ୍ଷ ୭୩ ହଜାର ୮୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୬୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୬୧୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୦ ଲକ୍ଷ ୬୧ହଜାର ୯୧୯ରେ ପହଞ୍ଚିଛି।

   Related Posts