ବାରିପଦାରେ ୪୫୦୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦି

Published By : Prameya-News7 Bureau | January 05, 2019 IST

ବାରିପଦା ୫|୧: ଓଡିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୟୁରଭଞ୍ଜ ଜିଲ୍ଲା ବାରିପଦାରେ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ନରେନ୍ଦ୍ର ମୋଦି । ବାରିପଦା ପୁଲିସ ହାଇସ୍କୁଲ ପଡ଼ିଆରେ ଆୟୋଜିତ ଏକ ବିଶାଳ ଜନ ସମାବେଶରେ ଯୋଗଦେଇ ପ୍ରଧାନମନ୍ତ୍ରୀ ୪୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶୁଭାରମ୍ଭ କରିଛନ୍ତି।

{"id":70663}

ନୂଆ ସଡ଼କପଥ, ରେଳପଥ, ଏଲପିଜି ପାଇପ୍ ଲାଇନ୍, ନୂଆ ପାସେଂଜର ଟ୍ରେନ ଏବଂ ଏକ ଲଜିଷ୍ଟିକ୍ସ ପାର୍କ । ତିନିଟି ରାଜପଥ ପ୍ରକଳ୍ପର ଭୂମି ପୂଜା କରିଛନ୍ତି । ରେମୁଲି-କୋଇଡା, କୋଇଡା- ରାଜାମୁଣ୍ଡା ଓ ସିଙ୍ଗରା- ବିଂଜବାହାଳ ୪ ଲେନ୍ ବିଶିଷ୍ଟ ରାଜପଥର ଶିଳାନ୍ୟାସ କରିଛନ୍ତି ମୋଦି । ଏହି ରାଜପଥ ପାଇଁ ୩୩୧୮ କୋଟି ଟଙ୍କାର ପୁଂଜି ନିବେଶ ହୋଇଛି । ବାଲେଶ୍ବର- ହଳଦିଆ-ଦୁର୍ଗାପୁର ଏଲପିଜି ପାଇପ୍ ଲାଇନର୍ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ପ୍ରକଳ୍ପ ପାଇଁ ୧୦୮୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ସେହିପରି ୨ଟି ରେଳ ଲାଇନ ମଧ୍ୟ ଲୋକାର୍ପିତ କରିଛନ୍ତି ମୋଦି । ବାଲେଶ୍ବରଠାରେ ନିର୍ମିତ ମଲ୍ଟି ମୋଡାଲ ଲଜିଷ୍ଟିକ୍ସ ପାର୍କର ମଧ୍ୟ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହା ସହ ଭଦ୍ରକ, କଟକ, ଆସ୍କା, ଯାଜପୁର, ଢେଙ୍କାନାଳ ଓ କେନ୍ଦୁଝରଠାରେ ନୂଆ ପାସପୋର୍ଟ ସେବା କେନ୍ଦ୍ର ଖୋଲାଯାଇଛି ।

{"id":70664}

ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଉପସ୍ଥିତ ଥିଲେ । କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ । ଏ ଅବସରରେ ଜନସାଧାରଣଙ୍କୁ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ମୋଦି । ଓଡିଶାର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ଓଡିଶାର ବିକାଶ ପାଇଁ ବହୁ ପଦକ୍ଷେପ ନିଆଯାଇଛି । ହଳଦିଆ ପାଇପ ଲାଇନ୍ ପ୍ରକଳ୍ପର କାମ ସମ୍ପୂର୍ଣ୍ଣ ହେବ । ପ୍ରକଳ୍ପ ସମ୍ପୂର୍ଣ୍ଣ ହେଲେ ବହୁ ସମସ୍ୟା ସମାଧାନ ହେବ । ରେଳ ଓ ସଡକ ମାର୍ଗର ବିକାଶ ପାଇଁ କେନ୍ଦ୍ର ଗୁରୁତ୍ବ ଦେଉଛି । ଏହାହେଲେ ଦେଶର ପ୍ରକୃତ ବିକାଶ ହୋଇପାରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.