Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହାଇଦର ମାମଲାରେ ପୋଲିସକୁ ସହାୟତା କରିବି: ୟାକୁବ୍‌
  • ||
  • ଆତ୍ମସମର୍ପଣ କରିବି ବୋଲି କହିଲେ ହାଇଦର ସହଯୋଗୀ ୟାକୁବ
  • ||
  • ହାଇଦର ଫେରାର ନେଇ ନୂଆ ଖୁଲାସା: ବୁର୍ଲା ମେଡିକାଲରୁ ରେଫର ହୋଇନି, ଆଉଟ୍‌ଡୋର କି ଇନଡୋର୍‌ରେ ନାହିଁ ଗ୍ୟାଙ୍ଗଷ୍ଟରର ନାଁ
  • ||
  • କରୋନା ସ୍ଥିତି ନସୁଧୁରିବା ଯାଏ ରେମଡେସିଭିର ରପ୍ତାନୀ ବନ୍ଦ
  • ||
  • ରାସନ୍ ଧରି ଫେରୁଥିଲେ, ଓଲଟି ଗଲା ଟ୍ରାକ୍ଟର ଡାଲା, ୨ ମୃତ
  • ||
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||

ହୁହୁ ହୋଇ ବଢିଚାଲିଛି କରୋନା ମାମଲା, ଉଚ୍ଚସ୍ତରୀୟ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ

4/04/2021 at 11:27 AM

ନୂଆଦିଲ୍ଲୀ ୦୪।୦୪ :  ଦେଶରେ କରୋନା ମାମଲା ବଡିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୩ ହଜାରରୁ ଅଧିକ ମାମଲା ସାମ୍ନାକୁ ଆସିଛି । ଅର୍ଥାତ ଦୈନିକ ନୂଆ ସକ୍ରିୟ ମାମଲା ଲକ୍ଷେ ନିକଟତର ହୋଇଛି । ଏହା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି ।

ବଢିଚାଲିଥିବା କରୋନା ମାମଲା ଓ ଏହି ସମ୍ବନ୍ଧୀୟ ଅନେକ ପ୍ରସଙ୍ଗ ଉପରେ ବୈଠକରେ ଆଲୋଚନା ହୋଇପାରେ । ଏହାସହ କରୋନା କଟକଣାକୁ ଆହୁରି କଡାକଡି ଭାବେ ପାଳନ ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ କହିପାରନ୍ତି । ଏହାସହ ପ୍ରଧାନମନ୍ତ୍ରୀ ଟିକାକରଣ ବାବଦରେ ମଧ୍ୟ ସମୀକ୍ଷା କରିବେ । ଏହି ବୈଠକରେ କ୍ୟାବିନେଟ୍ ସଚିବ, ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ସଚିବ, ସ୍ୱାସ୍ଥ୍ୟ ସଚିବଙ୍କ ସହ ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । 

ସୂଚନାଯୋଗ୍ୟ, ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟାକ ୫୧୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୪ ଲକ୍ଷ ୮୫ ହଜାର ୫୦୯ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୪ ହଜାର ୬୨୩ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୧୬ ଲକ୍ଷ ୨୯ ହଜାର ୨୮୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୬୯୧୫୯୭ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୫୯୭୯୬୫୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।

   Related Posts