ଜାତିର ପିତା ମହାତ୍ମା ଗାନ୍ଧିଙ୍କ ୧୫୦ତମ ଜୟନ୍ତୀ : ଦିଲ୍ଲୀ ରାଜଘାଟରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Published By : Prameya-News7 Bureau | October 02, 2019 IST

ନୂଆଦିଲ୍ଲୀ ୨।୧୦: ଆଜି ଜାତିର ପିତା ମହାତ୍ମା ଗାନ୍ଧିଙ୍କ ୧୫୦ ତମ ଜୟନ୍ତୀ । ଦିଲ୍ଲୀ ରାଜଘାଟରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେପଟେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଓ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧି ମଧ୍ୟ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

{"id":165225}

ଏହି ଅବସରରେ ଆଜି ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ପ୍ରଧାନମନ୍ତ୍ରୀ ମୋଦି ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ଗୁଜୁରାଟ ସାବରମତି ଯିବେ । ଆଶ୍ରମରେ ଥିବା ବାପୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଏହାପରେ ଜନସଭାକୁ ସମ୍ବୋଧିତ କରିବା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବେ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.