Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୦୩ କରୋନା ଆକ୍ରାନ୍ତ
  • ||
  • ମେ’ ୧୩ରେ ପିପିଲି ଉପନିର୍ବାଚନ
  • ||
  • ଆଜି ରାତି ୮ରେ ପିଏମ୍‌ ମୋଦୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଉଦଳା : ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ ! ଥାନାରେ ମାମଲା, ଅଭିଯୁକ୍ତ ଫେରାର
  • ||
  • ଲମତାପୁଟ : ୩ଦିନ ପରେ ଯୁବକଙ୍କ ମୃତଦେହ ଉଦ୍ଧାର, ପାତାଳୀ ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ଥିଲେ
  • ||
  • ଉଦଳା : ବାଇକ୍‌କୁ ପିଟିଲା ଟ୍ରାକ୍ଟର, ଅଧ୍ୟାପକଙ୍କ ମୃତ୍ୟୁ, ଟ୍ରାକ୍ଟର ନେଇ ଡ୍ରାଇଭର ଫେରାର
  • ||
  • ଭୁବନେଶ୍ବର : ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚାଲାଣକାରୀ, ୧୨ କିଲୋ ଓଜନର ଜୀବନ୍ତ ବଜ୍ରକାପ୍ତା ସହ ବ୍ୟବସାୟୀ ଗିରଫ
  • ||
  • ଯାଜପୁର ରୋଡ୍ : ରେଳ ଧାରଣାରୁ କିନ୍ନରଙ୍କ ମୃତଦେହ ଉଦ୍ଧାର, ଯୁବକଙ୍କ ସହ ଥିଲା ପ୍ରେମ ସମ୍ପର୍କ
  • ||
  • ବ୍ରହ୍ମପୁର : ଭାରସାମ୍ୟ ହରାଇ ଓଲଟିଲା ‘ଶିବଶମ୍ଭୁ’, ୧୦ ଯାତ୍ରୀ ଆହତ
  • ||
  • ନବରଙ୍ଗପୁର : ନାଇଟ୍ କର୍ଫ୍ୟୁ ବେଳେ ବୁଲାଇଲେ କଳାକନା, ରୂପା ଗହଣା ଲୁଟ୍, ସୁନା ଅଳଙ୍କାର ଚୋରି ବେଳେ ବାଜିଲା ସାଇରନ୍
  • ||

କରୋନା ଟିକା ନେଲେ ପ୍ରଧାନମନ୍ତ୍ରୀ ମୋଦୀ, ସୋସିଆଲ ମିଡିଆରେ ସେୟାର କଲେ ଫଟୋ

1/03/2021 at 7:21 AM

ନୂଆଦିଲ୍ଲୀ, ୦୧|୦୩ :  ସୋମବାରଠାରୁ ଦେଶରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକାକରଣ ଅଭିଯାନ ଆରମ୍ଭ ହୋଇଛି । ଏହି ପର୍ଯ୍ୟାୟ ସକାଳ ୯ଟାରୁ ଆରମ୍ଭ ହେବ । ଏଥିରେ ୬୦ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତିମାନେ କୋଭିଡ୍ ଟିକା ନେବେ । ଅର୍ଥାତ ବରିଷ୍ଠ ନାଗରିକଙ୍କୁ ଟିକାର ପ୍ରଥମ ଡୋଜ୍ ଦିଆଯିବ । ଏହାମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାକସିନର ପ୍ରଥମ ଡୋଜ୍ ନେଇଛନ୍ତି  । ଏନେଇ ସେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ।

ପ୍ରଧାନମନ୍ତ୍ରୀ ଟିକା ନେବାର ଫଟୋ ଟ୍ୱିଟରରେ ପୋଷ୍ଟ କରିଛନ୍ତି । ସେ ଲେଖିଛନ୍ତି ଯେ, ଦିଲ୍ଲୀର ଏମ୍ସରେ ସେ ଟିକା ନେଇଛନ୍ତି । କରୋନା ମହାମାରୀରେ ଯେପରି ଭାବେ ଡାକ୍ତର ଓ ବୈଜ୍ଞାନିକମାନେ ଲଢେଇ କରିଛନ୍ତି ତାହା ଭୁଲି ହେବନାହିଁ । ଏହା ପ୍ରଶଂସାଯୋଗ୍ୟ । କମ୍ ସମୟରେ ଯେପରି ଟିକା ବାହାରିଛି ତାହାର ଶ୍ରେୟ ଡାକ୍ତର ଓ ବୈଜ୍ଞାନିକଙ୍କ ନିକଟକୁ ଯିବ । ଏହାସହ ସମସ୍ତେ ଭାକିସନ୍ ନେଇ କରୋନା ବିରୋଧୀ ଲଢେଇରେ ସାମିଲ ହୁଅନ୍ତୁ ବୋଲି ସେ କହିଛନ୍ତି ।

ବରିଷ୍ଠ ନାଗରିକଙ୍କ ବ୍ୟତୀତ ଅନେକ ଗୁରୁତର ରୋଗରେ ପୀଡିତ ୪୫ ବର୍ଷରୁ ଅଧିକ ବୟସର ବ୍ୟକ୍ତି ମଧ୍ୟ ଟିକା ନେଇପାରିବେ । ଟିକାକରଣ ପାଇଁ କୋଓ୍ୱିନ ୨.୦ ପୋର୍ଟାଲରେ ରେଜିଷ୍ଟ୍ରେସନ କରିବାକୁ ହେବ । ଏହାସହ କେନ୍ଦ୍ର ସରକାର କୋଓ୍ୱିନ୍ ୨.୦କୁ ନେଇ ଗାଇଡଲାଇନ୍ ଜାରି କରିଛନ୍ତି ।

   Related Posts