ସାଂସଦ ରଘୁନାଥ ମହାପାତ୍ର ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟବସ୍ଥା ପଚାରିବୁଝିଲେ ପ୍ରଧାନମନ୍ତ୍ରୀ ମୋଦି

Published By : Prameya-News7 Bureau | May 06, 2021 IST

ଭୁବନେଶ୍ବର ୦୬/୦୫ : ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଏବଂ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କରୋନାରେ ପୀଡିତ ହୋଇ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଛନ୍ତି ବିଜେପି ବିଧାୟକ ତଥା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଏବଂ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ର । ପ୍ରଦୀପ୍ତ ମହାପାତ୍ରଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବା ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଥିଲେ ।

ଏ ନେଇ ପ୍ରଧାନମନ୍ତ୍ରୀ ମୋଦି ଫୋନ ଯୋଗେ ସ୍ବାସ୍ଥ୍ୟବସ୍ଥା ପଚାରିବୁଝିଛନ୍ତି । ପଦ୍ମ ବିଭୁଷଣ ରଘୁନାଥ ମହାପାତ୍ରଙ୍କ ପୁଅଙ୍କ ସହିତ ଫୋନ ଯୋଗେ ସ୍ବାସ୍ଥ୍ୟବସ୍ଥା ପଚାରିବୁଝିଛନ୍ତି ନରେନ୍ଦ୍ର ମୋଦି । ୧୯୪୩ ମସିହା ମାର୍ଚ୍ଚ ୨୪ରେ ଜନ୍ମ ଗ୍ରହଣ କରିଥିବା ରଘୁନାଥ ମହାପାତ୍ର ପ୍ରସ୍ତର କାରୁକାର୍ଯ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୧୯୭୫ ମସିହାରେ ପଦ୍ମଶ୍ରୀ, ୨୦୦୧ ମସିହାରେ ପଦ୍ମ ଭୂଷଣ ଏବଂ ୨୦୧୩ରେ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନୀତ ହୋଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.