Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||
  • ସମ୍ବଲପୁର : ଜିପ୍ ଧକ୍କାରେ ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା, ଚାଳକଙ୍କୁ ଅଟକ ରଖିଲା ପୋଲିସ
  • ||
  • ବଡବିଲ : ଭାରସାମ୍ୟ ହରାଇ ୨୫ଫୁଟ ଖାଇକୁ ଖସିଲା ଟ୍ରକ୍, ଡ୍ରାଇଭର ମୃତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍‌ କାରବାରର ପର୍ଦ୍ଦାଫାଶ, ୩ ଗିରଫ, ୯୬ ହଜାର ଜାଲ୍ ନୋଟ୍ ଜବତ
  • ||
  • କଟକ : IIFLରୁ ସୁନା ଲୁଟ୍ ମାମଲାରେ ଆଉ ୨ ଜଣଙ୍କୁ ବାନ୍ଧିଲା ପୋଲିସ, ମୁଖ୍ୟ କାର୍ପଟଦାର ଲାଲାର ଥିଲେ ସହଯୋଗୀ
  • ||

‘ଅମ୍ଫାନ୍’ କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ : ଆକାଶ ମାର୍ଗରୁ ଓଡିଶା ଓ ପଶ୍ଚିମବଙ୍ଗ ବାତ୍ୟାଞ୍ଚଳ ପରିଦର୍ଶନ ସହ କରିବେ ସ୍ଥିତି ସମୀକ୍ଷା

22/05/2020 at 6:58 AM

ଭୁବନେଶ୍ବର ୨୨।୫: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ । ବାତ୍ୟା ‘ଅମ୍ଫାନ୍’ କରିଥିବା କ୍ଷୟକ୍ଷତି ଅନୁଧ୍ୟାନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସୁଛନ୍ତି । ଆକାଶମାର୍ଗରୁ ବାତ୍ୟାଞ୍ଚଳ ଅନୁଧ୍ୟାନ କରିବା ସହ ପ୍ରଧାନମନ୍ତ୍ରୀ ରାଜ୍ୟର ବରିଷ୍ଠ ପଦାଧିକାରୀଙ୍କ ସହ ସ୍ଥିତିର ସମୀକ୍ଷା କରିବେ । ଟ୍ବିଟ୍ ଜରିଆରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ମୁତାବକ, ଆଜି ପ୍ରଧାନମନ୍ତ୍ରୀ ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତରେ ଆସିବେ । ଓଡ଼ିଶା ଆସିବା ପୂର୍ବରୁ ପ୍ରଧାନମନ୍ତ୍ରୀ ପ୍ରଥମେ କୋଲକାତାରେ ବାତ୍ୟା ସ୍ଥିତିର ଅନୁଧ୍ୟାନ କରିବେ । ସକାଳ ୧୦ଟାରେ ପ୍ରଧାନମନ୍ତ୍ରୀ କୋଲକାତା ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ହେଲିକାପ୍ଟର୍ ଯୋଗେ ପଶ୍ଚିମବଙ୍ଗ ବାତ୍ୟା ଅଞ୍ଚଳ ପରିଦର୍ଶନ କରିବେ । ଏହାପରେ ଓଡିଶା ଆସି ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି ।

ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବାର ସମ୍ଭାବନା ରହିଛି । ଏହା ପୂର୍ବରୁ ମୋଦି ଗତକାଲି ଟ୍ୱିଟ୍ କରି ଓଡିଶାକୁ ପ୍ରଶଂସା କରିଥିଲେ । ବାତ୍ୟା ମୁକାବିଲା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବାରୁ ଓଡ଼ିଶାବାସୀ ଓ ଓଡିଶା ସରକାରଙ୍କୁ ପ୍ରଶଂସା କରିଥିଲେ ।

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ବର ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ବରିଷ୍ଠ ଅଧିକାରୀ । ସ୍ୱତନ୍ତ୍ର ଗୁଇନ୍ଦା ଡି.ଜି. ସତ୍ୟଜିତ୍ ମହାନ୍ତି, ଅତିରିକ୍ତ ଡି.ଜି. ପ୍ରିୟଦର୍ଶୀ ମିଶ୍ର, ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ, ଡିସିପି ଅନୁପ ସାହୁ, ଏୟାରପୋର୍ଟ ନିର୍ଦ୍ଦେଶକ ଭି.ଭି. ରାଓ ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ।

   Related Posts