Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଗସ୍ତି ନୂଆଗାଁ ଓ ଚମାଖଣ୍ଡି ପଞ୍ଚାୟତର ସରପଞ୍ଚ ଏବଂ ସମିତି ସଭ୍ୟ ପ୍ରାର୍ଥୀ ନିର୍ଦ୍ବନ୍ଦରେ ନିର୍ବାଚିତ
  • ||
  • ରାଜ୍ୟରେ ବୁଧବାର ସୁସ୍ଥହେଲେ ଆଉ ୧୦ହଜାର ୭୮ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୭୩ ଜଣ ଡିସଚାର୍ଜ
  • ||
  • ପାଟ୍ରୋଲିଂ ଗାଡିକୁ ଚକ୍‌ମା ଦେଇ ଖସିଯିବା ବେଳେ ଗୋଡାଇ ଗୋଡାଇ କାବୁ କଲା ପୋଲିସ: ଅଟୋରୁ ବିପୁଳ ଗଞ୍ଜେଇ ଜବତ, ୫ ଗିରଫ
  • ||
  • ମାତ୍ର ୬୦ ସେକେଣ୍ଡରେ ଜଣାପଡିବ ଶରୀରର ରକ୍ତ ସର୍କରା, ଛୁଞ୍ଚିର ଭୟ ରହିବନି… ଆସିଗଲା ନୂଆ ମେସିନ୍
  • ||
  • ଖଲ୍ଲିକୋଟ : ପଞ୍ଚାୟତ ନିର୍ବାଚନ ପାଇଁ ଗଞ୍ଜାମ ଜିଲ୍ଲାର ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ, ମୈଦାନରେ ୧୩ ହଜାର ୬୭୫ ପ୍ରାର୍ଥୀ
  • ||
  • ସମ୍ବଲପୁର : ଭୀମସାର ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୋଡ ଭାଙ୍ଗିବା ସହ ଶରୀରରେ ଲାଗିଛି ଆଘାତ
  • ||
  • ଭୁବନେଶ୍ବର : ଜାଲ୍‌ ପ୍ରମାଣପତ୍ର ଦେଇ ୩କୋଟି ୬୮ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ପିଏନବି ପୂର୍ବତନ ମୁଖ୍ୟ ପରିଚାଳକ ସମେତ ୩ ଗିରଫ
  • ||
  • ଭୁବନେଶ୍ବର : କୋଭିଡ୍‌ର କେବେ ବି ଅନ୍ତ ହେବନାହିଁ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ କମିବା ନେଇ ମିଳିଲାଣି ସଂକେତ : SRC
  • ||
  • ପୁରୀ : ମହିଳାଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ୍ ପଡିଲା ମହଙ୍ଗା, ଅଭିଯୁକ୍ତ ଗିରଫ
  • ||

ଆଜିଠୁ ଏମଏସଏମଇ ସହାୟତା ଓ ସଂପର୍କ ଅଭିଯାନ ; ଦିଲ୍ଲୀ ବିଜ୍ଞାନ ଭବନରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି

2/11/2018 at 10:11 AM

ନୂଆଦିଲ୍ଲୀ ୨|୧୧:    ଆଜିଠୁ ଏମଏସଏମଇ ସହାୟତା ଓ ସମ୍ପର୍କ ଅଭିଯାନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି  ସୂକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ ସହାୟତା ଓ ସମ୍ପର୍କ ଅଭିଯାନ ଆରମ୍ଭ କରିବେ । ଦିଲ୍ଲୀର ବିଜ୍ଞାନ ଭବନରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଓଡ଼ିଶାରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ କେନ୍ଦ୍ର ତୈଳମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ସେହିପରି ପୁରୀ ଟାଉଟ ହଲରେ ହେବାକୁ ଥିବା କାର୍ଯ୍ୟକ୍ରମରେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଚୌଧୁରୀ ବୀରେନ୍ଦ୍ର ସିଂ, ପାରାଦୀପ ଜୟଦେବ ସଦନରେ  ଜାହାଜ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ମନସୁଖ ଲାଲ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । । ସାରା ଦେଶରେ ଆଜି ୧୦୦ଟି ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଚାଲିବ। ପ୍ରତି ଜିଲ୍ଲାରେ ଏମଏସଏମଇ କାର୍ଯ୍ୟକ୍ରମ କେନ୍ଦ୍ର ଜରିଆରେ ଏହି ୧୦୦ ଦିନିଆ କାର୍ଯ୍ୟକ୍ରମ ଚାଲିବ। କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗକୁ ଶୀଘ୍ର ତଥା ସହଜ ଋଣ ଯୋଗାଣ କ୍ଷେତ୍ରର ପ୍ରସାର ଆଇନର ଅନୁପାଳନକୁ ସହଜ କରିବା ଓ ଉଦ୍ୟୋଗ ସହ ଜଡ଼ିତ କର୍ମଚାରୀଙ୍କୁ ସୁରକ୍ଷା ପ୍ରଦାନ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି କୁହାଯାଉଛି ।

   Related Posts