Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ଶପଥ ପୂର୍ବରୁ ରାଜଘାଟରେ ମହାତ୍ମା ଗାନ୍ଧି, ଅଟଳ ବିହାରୀ ବାଜପେୟୀ ଓ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି

30/05/2019 at 9:00 AM

ନୂଆଦିଲ୍ଲୀ ୩୦|୫:  ଆଜି ଦ୍ୱିତୀୟ ଇନିଂସ ଆରମ୍ଭ କରିବେ ମୋଦି । ଶପଥ ଗ୍ରହଣ ପୂର୍ବରୁ ଆଜି ସକାଳୁ ରାଜଘାଟ ଯାଇ ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୋଦି । ଏହାପରେ ମୋଦି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସମାଧି ସ୍ଥଳ ରାଷ୍ଟ୍ରୀୟ ସ୍ମୃତି ସ୍ଥଳକୁ ଯାଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

ସେଠାରୁ ଜାତୀୟ ଯୁଦ୍ଧ ସ୍ମାରକୀ ଠାରେ ନିଜର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ନମୋ । ଏହି ଅବସରରେ ବିଜେପିର ସମସ୍ତ ୩୦୩ ସାଂସଦ ଉପସ୍ଥିତ ଥିଲେ । ଓଡିଶାର ସମସ୍ତ ବିଜେପି ସାଂସଦଙ୍କ ସମେତ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ଆଜିଠୁ କେନ୍ଦ୍ରରେ ଆରମ୍ଭ ହେବ ମୋଦିଙ୍କ ନେତୃତ୍ୱାଧୀନ ‘ଏନଡିଏ’ଟୁ ସରକାରର ଶାସନ।  ସନ୍ଧ୍ୟା ୭ଟାରେ ମୋଦି ଓ ତାଙ୍କ ମନ୍ତ୍ରିମଣ୍ଡଳ ଶପଥ ନେବେ। ଗତଥର ଭଳି ପ୍ରଧାନମନ୍ତ୍ରୀ ଏଥର ବି ବିଭିନ୍ନ ପଡ଼ୋଶୀ ଦେଶର ରାଷ୍ଟ୍ରମୁଖ୍ୟଙ୍କୁ ଶପଥ ଗ୍ରହଣ ଉତ୍ସବକୁ ନିମନ୍ତ୍ରଣ କରିଛନ୍ତି।

ତେବେ  ପାକିସ୍ତାନକୁ ନିମନ୍ତ୍ରଣ କରାଯାଇନାହିଁ । ଏହି ଶପଥପାଠ ଉତ୍ସବରେ ଦେଶ ବିଦେଶର ପ୍ରାୟ ୮ ହଜାର ଅତିଥି ଯୋଗଦେବେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ  ମୋଦିଙ୍କୁ ପଦ ଗୋପନୀୟତାର ଶପଥ ପାଠ କରାଇବେ ।

   Related Posts