ଶୁକ୍ରବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ବାଲେଶ୍ବର-ଭଦ୍ରକରେ ବାତ୍ୟା ସ୍ଥିତିର କରିବେ ସମୀକ୍ଷା

Published By : Prameya-News7 Bureau | May 27, 2021 IST

ଭୁବନେଶ୍ବର ୨୭/୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାତ୍ୟା ‘ୟାସ୍‌’ ଯୋଗୁ ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଆସିବେ। ଶୁକ୍ରବାର ପ୍ରଧାନମନ୍ତ୍ରୀ ଦୁଇ ରାଜ୍ୟ ଗସ୍ତ କରିବେ। ସେ ପ୍ରଥମେ ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ପହଞ୍ଚି ସମୀକ୍ଷା ବୈଠକ କରିବେ । ତାପରେ ସେ ବାଲେଶ୍ବର, ଭଦ୍ରକ ଏବଂ ପଶ୍ଚିମବଙ୍ଗର ପୂର୍ବ ମେଦିନପୁରରେ ଆକାଶ ମାର୍ଗରୁ ବାତ୍ୟା ସ୍ଥିତିର ସମୀକ୍ଷା କରିବେ। ଏହା ସହ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗରେ ମଧ୍ୟ ଏକ ସମୀକ୍ଷା ବୈଠକ କରିବେ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସେପଟେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶ ମାର୍ଗରୁ ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି ।

wp:embed {"url":"https://twitter.com/ANI/status/1397855620607344644","type":"rich","providerNameSlug":"twitter","responsive":true,"className":""}
https://twitter.com/ANI/status/1397855620607344644
/wp:embed

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ୟାସ୍‌ ପ୍ରଭାବିତ ଅଞ୍ଚଳରେ କ୍ଷୟକ୍ଷତି ଆକଳନ ପାଇଁ ହେଲିକପ୍ଟର ଯୋଗେ ବାତ୍ୟା ଅଞ୍ଚଳ ପରିଦର୍ଶନ କରିଛନ୍ତି।  ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଅଞ୍ଚଳ ଦେଖିଛନ୍ତି ମୁଖ୍ୟମନ୍ତ୍ରୀ । ଅପରାହ୍ନ ୧୨ଟା ୩୦ମିନିଟରେ ହେଲିକପ୍ଟର ଯୋଗେ ଏରିଏଲ୍ ସର୍ଭେ ପାଇଁ ମୁଖ୍ୟମନ୍ତ୍ରୀ ବାହାରିଥିଲେ ।

wp:embed {"url":"https://twitter.com/IPR_Odisha/status/1397847682647937025","type":"rich","providerNameSlug":"twitter","responsive":true,"className":""}
https://twitter.com/IPR_Odisha/status/1397847682647937025
/wp:embed

ବାତ୍ୟା ‘ୟାସ୍’ ଯୋଗୁଁ ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ ବେଶୀ କ୍ଷୟକ୍ଷତି ହୋଇଛି । ବିଭିନ୍ନ ସ୍ଥାନରେ ରାସ୍ତାରେ ବଡ଼ ବଡ଼ ଗଛ ପଡିଛି । କେଉଁଠି ମୂଳ ମାଟିରୁ ଉପୁଡି ଯାଇଛି । ଲୋକଙ୍କ ଘର ଉପରେ ମଧ୍ୟ ପଡ଼ିଛି ଗଛ । ବିଦ୍ୟୁତ ଖୁଣ୍ଟି ଭାଙ୍ଗି ଯାଇଛି । ବଡ଼ ବଡ଼ ହୋର୍ଡିଂ ସବୁକୁ ଫିଙ୍ଗି ଦେଇଛି ପବନ । ବାତ୍ୟା ଅପସରି ଯାଇଥିବା ବେଳେ ଜୋରଦାର ହୋଇଛି ପୁନରୁଦ୍ଧାର କାମ ।

ପ୍ରଭାବିତ ଅଞ୍ଚଳରେ ଓଡ୍ରାଫ, ଏନଡିଆରଏଫ୍ ଓ ଅଗ୍ନିଶମ ବାହୀନି ଗଛ ପଡ଼ିଥିବା ସ୍ଥାନରେ ସଫେଇକୁ ଜୋରଦାର କରିଛନ୍ତି । ବିଭିନ୍ନ ଜିଲ୍ଲାରେ ୬୦ରୁ ଓଡ୍ରାଫ ଟିମ୍, ଏନଡିଆରଏଫର ୫୨ଟି ଟିମ୍ ଓ ଅଗ୍ନିଶମ ବାହିନୀର ଶହେରୁ ଅଧିକ ଟିମ୍ ମୁତୟନ ଅଛନ୍ତି । ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.