Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଜି-୭ ସମ୍ମିଳନୀ ପାଇଁ ବ୍ରିଟେନ୍ ଗସ୍ତ ରଦ୍ଦ କଲେ ପ୍ରଧାନମନ୍ତ୍ରୀ ମୋଦୀ, କରୋନା ପାଇଁ ନେଲେ ଏଭଳି ନିଷ୍ପତ୍ତି

11/05/2021 at 9:50 PM

ନୂଆଦିଲ୍ଲୀ ୧୧।୦୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ରିଟେନ୍‌ରେ ଆୟୋଜିତ ହେଉଥିବା ଜି-୭ ସମ୍ମିଳନୀରେ ଯୋଗ ଦେବେ ନାହିଁ। ଦେଶରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନିଜର ବ୍ରିଟେନ୍ ଗସ୍ତ ବାତିଲ୍ କରିଛନ୍ତି। ମଙ୍ଗଳବାର ବୈଦେଶିକ ମନ୍ତ୍ରଣାଳୟ ଏହାର ସୂଚନା ଦେଇଛି। ଜି-୭ରେ ସାମିଲ ହେବା ପାଇଁଁ ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ପ୍ରଧାନମନ୍ତ୍ରୀଙ୍କୁ ସ୍ଵତନ୍ତ୍ର ଭାବେ ନିମନ୍ତ୍ରଣ କରିଥିଲେ।

ମନ୍ତ୍ରଣାଳୟ ପକ୍ଷରୁ ଜାରି ପ୍ରେସ୍ ବିବୃତ୍ତିରେ କୁହାଯାଇଛି ଯେ, ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ଦ୍ଵାରା ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଜି-୭ ପାଇଁ ସ୍ଵତନ୍ତ୍ର ଆମନ୍ତ୍ରିତ କରିବାକୁ ପ୍ରଶଂସା କରୁଛୁ। କିନ୍ତୁ କରୋନାର ବର୍ତ୍ତମାନ ସ୍ଥିତିକୁ ଦେଖି ପ୍ରଧାନମନ୍ତ୍ରୀ ମୋଦୀ ଜି-୭ ବୈଠକରେ ଯୋଗ ଦେଇ ପାରିବେ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି।

ଚଳିତ ବର୍ଷ ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀର ବୈଠକରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଯୋଗ ଦେଉଛନ୍ତି। ଏହା ବ୍ୟତୀତ ବ୍ରିଟେନ୍, କାନାଡା, ଫ୍ରାନ୍ସ, ଜର୍ମାନୀ, ଇଟାଲୀ ଓ ଜାପାନ ପରି ଦେଶ ଏଥିରେ ସାମିଲ ହେଉଛନ୍ତି। କୁହାଯାଉଛି, ବୈଠକରେ ସାମିଲ୍ ହେବାକୁ ଥିବା ଜି-୭ର ନେତା କରୋନା ଭାଇରସ୍ ମହାମାରୀ ଓ ଏହାର ବୈଶ୍ଵିକ ଅର୍ଥନୀତି ଉପରେ ପଡୁଥିବା ପ୍ରଭାବ ବିଷୟରେ ଆଲୋଚନା କରିବେ।

ବ୍ରିଟେନ୍‌ର ପ୍ରଧାନମନ୍ତ୍ରୀ ଜନସନ ଭାରତକୁ ଅତିଥି ଭାବେ ଆମନ୍ତ୍ରିତ କରିଥିଲା। ଏଥିସହ ଅଷ୍ଟ୍ରେଲିଆ ଓ ଦକ୍ଷିଣ କୋରିଆକୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।

   Related Posts