Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ସାଂସଦଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ତାଗିଦ୍, ପରିବର୍ତ୍ତନ ଆଣନ୍ତୁ…ନଚେତ୍ ଆପେ ଆପେ ସବୁ ପରିବର୍ତ୍ତନ ହୋଇଯିବ

7/12/2021 at 7:17 PM

ନୂଆଦିଲ୍ଲୀ ୦୭/୧୨: ସଂସଦର ଶୀତକାଳୀନ ଅଧିବେଶନ ଜାରି ରହିଛି। ଏହା ମଧ୍ୟରେ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବିଜେପି ସଂସଦୀୟ ଦଳ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏହି ବୈଠକରେ ବରିଷ୍ଠ କେନ୍ଦ୍ରମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ସଂସଦରେ ସାଂସଦଙ୍କ ଅନୁପସ୍ଥିତିକୁ ନେଇ ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ସଂସଦ ଗୃହରେ ବାରମ୍ବାର ଅନୁପସ୍ଥିତ ସାଂସଦମାନଙ୍କୁ ମୋଦୀ ତାଗିଦ୍ କରିଛନ୍ତି। ସେ କହିଛନ୍ତି ଛୋଟ ପିଲାଙ୍କ ଭଳି ବାରମ୍ବାର ଆପଣମାନଙ୍କୁ ବୁଝାଇ ହେବନାହିଁ। ସମୟ ଅଛି ସୁଧୁରି ଯାଆନ୍ତୁ ନହେଲେ ସମୟ ଆପଣଙ୍କୁ ବଦଳାଇ ପଡିବ। ପ୍ରତିବର୍ଷ ନଭେମ୍ବର ୧୫ ତାରିଖରେ ବିର୍ସାମୁଣ୍ଡା ଦିବସ ପାଳନ ହେବ ବୋଲି ଘୋଷଣା କରାଯାଇଥିବାରୁ ବୈଠକରେ ସାଂସଦମାନେ ତାଙ୍କୁ କୃତଜ୍ଞତା ପ୍ରଦାନ କରିଛନ୍ତି।

ଆସନ୍ତା ଡିସେମ୍ବର ୧୪ ତାରିଖରେ ହେବାକୁଥିବା ବୈଠକରେ ବିଜେପିର ସମସ୍ତ ଜିଲ୍ଲା ଓ ମଣ୍ଡଳ ସଭାପତିମାନଙ୍କର ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ସଂସଦୀୟ କାର୍ଯ୍ୟ ମନ୍ତ୍ରୀ ପ୍ରହ୍ଲାଦ ସିଂ ଯୋଶୀ ଘୋଷଣା କରିଛନ୍ତି। ଏହି ବୈଠକର ସମସ୍ତ କାର୍ଯ୍ୟକ୍ରମ ପ୍ରଧାନମନ୍ତ୍ରୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ହେବ। ଏହା ସହ ଯୋଶୀ ଆହୁରି କହିଛନ୍ତି ୨୦୨୧ ମସହାରେ ପଦ୍ମ ପୁରସ୍କାର ପାଇଥିବା ବ୍ୟକ୍ତିତ୍ୱମାନଙ୍କ ସହିତ ଖୁବ ଶୀଘ୍ର ପ୍ରଧାନମନ୍ତ୍ରୀ ମୋଦୀ ଅନଲାଇନ ମାଧ୍ୟମରେ ବାର୍ତ୍ତାଳାପ କରିବାର କାର୍ଯ୍ୟକ୍ରମ ରହିଛି।

   Related Posts