Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ସ୍ୱାଧିନତାର ୭୫ ବର୍ଷ : ସାବରମତୀରେ ପହଁଚିଲେ ପ୍ରଧାନମନ୍ତ୍ରୀ, ‘ଅମୃତ ମହୋତ୍ସବ’କୁ କରିବେ ଉଦଘାଟନ

12/03/2021 at 12:00 PM

ନୂଆଦିଲ୍ଲୀ,୧୨/୦୩:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଗୁଜୁରାଟର ଅହମ୍ମଦାବାଦସ୍ଥିତ ସାବରମତୀ ଆଶ୍ରମରେ ପହଁଚିଛନ୍ତି । ଏଠାରେ ସେ ଏକ ପଦଯାତ୍ରାକୁ ସବୁଜ ପତାକା ଦେଖାଇ ଆରମ୍ଭ କରିବା ସହ ସ୍ୱାଧିନତାର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ଅମୃତ ମହୋତ୍ସବ ଉପଲକ୍ଷେ ଅନେକ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ । ଏହାସହ ସେ ଅନେକ ସାଂସ୍କୃତିକ ଓ ଡିଜିଟାଲ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ସହ ସାବରମତୀରେ ଜନତାଙ୍କୁ ସମ୍ବୋଧନ କରିବେ ।

ସ୍ୱାଧିନତାର ୭୫ ତମ ବର୍ଷ ପାଳନ ଉପଲକ୍ଷେ ଏକ ସର୍ଟ ପିଲ୍ମ ପ୍ରଦର୍ଶିତ ହୋଇଛି । ଏହାପୂର୍ବରୁ ମୋଦୀ ସାବରମତୀରେ ପହଁଚି ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏହାସହ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦର ଅକ୍ଷୟ ଘାଟରେ ଅମୃତ ମହୋତ୍ସବ କାର୍ଯ୍ୟକ୍ରମ ପାଇଁ ଏକ ଚିତ୍ର ପ୍ରଦର୍ଶନୀ ବୁଲି ଦେଖିଥିଲେ । ପ୍ରଧାନମନ୍ତ୍ରୀଙ୍କ ସହ ଗୁଜୁରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ, କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଓ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣୀ ଉପସ୍ଥିତ ଥିଲେ ।

୨୪୧ ମାଇଲର ଯାତ୍ରା ଏପ୍ରିଲ ୫ରେ ହେବ ସମାପ୍ତ

ପ୍ରଧାନମନ୍ତ୍ରୀ ଅହମ୍ମଦାବାଦର ସାବରମତୀ ଆଶ୍ରମରୁ ନବସାରୀରେ ଦାଣ୍ଡି ଯାଏଁ ଯାଉଥିବା ୮୧ ଜଣ ପଦଯାତ୍ରୀଙ୍କୁ ସବୁଜ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଥିଲେ । ଏହି ପଦଯାତ୍ରୀମାନେ ୨୫ ଦିନରେ ୨୪୧ ମାଇଲ୍ ଅତିକ୍ରମ କରିବେ । ଏପ୍ରିଲ ୫ରେ ଯାତ୍ରା ସମାପ୍ତ ହେବ । ଦାଣ୍ଡି ରାସ୍ତରେ ଅନେକ ଲୋକ ପଦଯାତ୍ରୀଙ୍କ ସହ ସାମିଲ ହେବେ । କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ ପ୍ରଦଯାତ୍ରାର ପ୍ରଥମ ୭୫ କିମିର ନେତୃତ୍ୱ ନେବେ ବୋଲି ଜଣାପଡିଛି ।

   Related Posts