Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ସନ୍ଧ୍ୟାରେ ଦିଲ୍ଲୀ ପହଞ୍ଚିବ ସିଡିଏସ୍ ବିପିନ ରାୱତଙ୍କ ମରଶରୀର, ମୋଦୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ଦେବେ ଶ୍ରଦ୍ଧାଞ୍ଜଳୀ
  • ||
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||

ଗ୍ୟାସ୍ ଟ୍ରାଜେଡି : ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି, ଏନଡିଏମଏ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ

7/05/2020 at 10:41 AM

ନୂଆଦିଲ୍ଲୀ ୭।୫ : ଆନ୍ଧ୍ରପ୍ରଦେଶର ବିଶାଖାପାଟନମ୍ ଗ୍ୟାସ୍ ଟ୍ରାଜେଡ୍ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୃହ ମନ୍ତ୍ରଣାଳୟ ଏବଂ ଏନଡିଏମଏ ଅଧିକାରୀଙ୍କ ସହ କଥା ହୋଇଛନ୍ତି । ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସମଗ୍ର ପରିସ୍ଥିତି ଉପରେ ନଜର ରଖିଛି ଏବଂ ଯଥା ସମ୍ଭବ ସାହାଯ୍ୟ ଯୋଗାଇଦେବା ପାଇଁ ଚେଷ୍ଟା କରାଯାଉଛି । ଏହା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କ ସୁରକ୍ଷା ଏବଂ ସୁସ୍ଥ ହେବା ନେଇ କାମନା କରିଛନ୍ତି ।

ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନଡିଏମଏ ଅଧିକାରୀଙ୍କ ଏକ ବୈଠକ ଡାକିଛନ୍ତି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ, ବିଶାଖାପାଟନମରେ ଘଟିଥିବା ଘଟଣା ବିଚଳିତ କରୁଛି । NDMA ଅଧିକାରୀ ଏବଂ ସମ୍ପୃକ୍ତ ଅଧିକାରୀଙ୍କ ସହ କଥା ହୋଇଛନ୍ତି । ଆମେ ନିରନ୍ତର ଏବଂ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛୁ।

ସୂଚନାଯୋଗ୍ୟ ଯେ, ବିଶାଖାପାଟନମ୍ ନାଇଡୁକୋଟା ଅଞ୍ଚଳ ଆର.ଆର. ଭେଙ୍କଟାପୁରମ୍‌ରେ ଥିବା ବିଶାଖା ଏଲଜି ପଲିମର କମ୍ପାନୀରୁ ବିପଜ୍ଜନକ ବିଷାକ୍ତ ଗ୍ୟାସ୍ ଲିକ୍ ହୋଇଛି । ଏହି ବିଷାକ୍ତ ଗ୍ୟାସ୍ ଯୋଗୁଁ କାରଖାନାର ପ୍ରାୟ ତିନି କିଲୋମିଟର ବ୍ୟାସାର୍ଦ୍ଧ ପର୍ଯ୍ୟନ୍ତ ପ୍ରଭାବିତ ହୋଇଛି । ସ୍ଥାନୀୟ ଅଞ୍ଚଳରେ ଥିବା ୫ଟି ଗାଁକୁ ଖାଲି କରାଯାଇଛି ।

ଗ୍ୟାସ୍ ଲିକ୍ ଯୋଗୁଁ ୯ ଜଣଙ୍କର ମୃତ୍ୟୁ ହେବା ସହ ୨୦ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ମୃତକଙ୍କ ମଧ୍ୟରେ ଦୁଇ ଜଣ ବରିଷ୍ଠ ନାଗରିକ ଥିବାବେଳେ ଜଣେ ୮ବର୍ଷର ଶିଶୁ ଅଛନ୍ତି । ପ୍ରାୟ ୫ ହଜାର ଲୋକ ଅସୁସ୍ଥ ହୋଇପଡିଛନ୍ତି । ଲୋକଙ୍କ ମୁଣ୍ଡବିନ୍ଧା, ବାନ୍ତି ଏବଂ ନିଶ୍ବାସ ନେବାରେ ସମସ୍ୟା ଯୋଗୁଁ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି ।

   Related Posts