Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଓଡିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବାତ୍ୟା ‘ୟାସ୍’ ପରବର୍ତ୍ତୀ କ୍ଷୟକ୍ଷତି ନେଇ କଲେ ସମୀକ୍ଷା

28/05/2021 at 2:01 PM

ଭୁବନେଶ୍ବର ୨୮।୫: ଓଡିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡିଶାରେ ବାତ୍ୟା ‘ୟାସ୍’ କରିଥିବା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ । ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ବାତ୍ୟା ପରବର୍ତ୍ତୀ ସ୍ଥିତି ସମୀକ୍ଷା କରିଛନ୍ତି ମୋଦି । ଭୁବନେଶ୍ବରରେ ଆୟୋଜିତ ହୋଇଥିବା ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ବାତ୍ୟା ‘ୟାସ୍’ ଜନିତ କ୍ଷୟକ୍ଷତି ସଂପର୍କରେ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ । ଏହାସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ସ୍ବତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ଓ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ ।

ବୈଠକରେ ଏକ ଘଣ୍ଟା ଧରି ପ୍ରଧାନମନ୍ତ୍ରୀ କ୍ଷୟକ୍ଷତି ସମୀକ୍ଷା କରିଥିଲେ ।  ବୈଠକ ପରେ ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର ବାତ୍ୟାଞ୍ଚଳ ପରିଦର୍ଶନ କାର୍ଯ୍ୟକ୍ରମ ରହିଛି ।

   Related Posts