Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||

ପୁଣି ଥରେ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦୀ, ଜୁନ ୧୭ରେ ନବୀନଙ୍କ ସହ ଆଲୋଚନା

12/06/2020 at 9:03 PM

ନୂଆଦିଲ୍ଲୀ ୧୨।୦୬: ଦେଶରେ ଅନଲକ୍‌ ୧ ଆରମ୍ଭ ହେବା ପରଠୁ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବାରେ ଲାଗିଛି। ଦିନକୁ ହଜାର ହଜାର ସଂଖ୍ୟାରେ ନୂତନ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହି ସବୁ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଥରେ ସବୁ ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ବୈଠକ କରିବାକୁ ଯାଉଛନ୍ତି।

ଦେଶରେ  ବଢୁଥିବା ସଂକ୍ରମଣକୁ ନେଇ ପ୍ରଧାନମନ୍ତ୍ରୀ କ୍ରମାଗତ ଦୁଇ ଦିନ ଅଲଗା ଅଲଗା ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ବୈଠକ କରିବେ। ପ୍ରଧାନମନ୍ତ୍ରୀଙ୍କ ଏହି ବୈଠକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହେବ। ଜୁନ ୧୬ ଓ ୧୭ ତାରିଖ ଦୁଇ ଦିନ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହ କରୋନା ସମ୍ବନ୍ଧରେ ଆଲୋଚନା କରିବେ। ଏହି ଆଧାରରେ ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଆଲୋଚନା କରିବେ। ଏହି ଭିଡିଓ କନଫରେନ୍ସିଂ ଆଲୋଚନା ଅପରାହ୍ନ ୩ଟାରୁ ଆରମ୍ଭ ହେବ।

ସୂଚନା ଅନୁଯାୟୀ ଜୁନ ୧୬ରେ ୨୧ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବେ। ଏ୍‌ଥିରେ ପଞ୍ଜାବ, ଆସାମ, କେରଳ, ଉତ୍ତରାଖଣ୍ଡ, ଝାରଖଣ୍ଡ, ଛତିଶଗଡ, ତ୍ରିପୁରା, ହିମାଚଳ ପ୍ରଦେଶ, ଗୋଆ, ମଣିପୁର, ନାଗାଲାଣ୍ଡ, ମେଘାଳୟ, ପୁଡୁଚେରୀ, ସିକ୍କିମ, ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବେ। ସେହି ପରି କେନ୍ଦ୍ର ଶାସିତ ଅଞ୍ଚଳ ଚଣ୍ଡିଗଡ, ଲଦାଖ, ଦାଦର ନଗର ହାବେଳି, ଆଣ୍ଡାମାନ ନିକୋବର, ଦାମନ ଡିଉ ଓ ଲାକ୍ଷାଦ୍ଵୀପ ସହ ଆଲୋଚନା ହେବ।

ସେହି ପରି ଜୁନ ୧୭ରେ ପ୍ରଧାନମନ୍ତ୍ରୀ ଓଡିଶା ମହାରାଷ୍ଟ୍ର, ତାମିଲନାଡୁ, ଦିଲ୍ଲୀ, ଗୁଜରାଟ, ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟ ପ୍ରଦେଶ, ପଶ୍ଚିମବଙ୍ଗ, କର୍ଣ୍ଣାଟକ, ବିହାର, ଆନ୍ଧ୍ର ପ୍ରଦେଶ, ହରିୟାଣା, ଜାମ୍ମୁ ଓ କାଶ୍ମୀର, ଓ ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିବେ।

ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଅନେକ ଥର କରୋନା ପ୍ରସଙ୍ଗରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରି ସାରିଛନ୍ତି। ପୂର୍ବରୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା ପରେ ଲକ୍‌ଡାଉନ୍‌ ବଢାଯାଇଛି। ଏହା ସହିତ କିଛି ଆର୍ଥିକ ଗତିବିଧି ଉପରେ ମଧ୍ୟ କୋହଳ କରାଯାଇଛି। ଜୁନ ୧୬ ଓ ୧୭ ତାରିଖରେ ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ପରେ କେନ୍ଦ୍ର ସରକାର କଣ ନିଷ୍ପତ୍ତି ନେଉଛନ୍ତି ତାହା ଦେଖିବା ବାକି ରହିଲା।

ଉଲ୍ଲେଖଯୋଗ୍ୟ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ଟପିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୫୫୩ ରହିଥିବା  ବେଳେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ତିନି ଲକ୍ଷ ଟପି ୩,୦୧,୫୭୯ରେ ପହଞ୍ଚିଛି। ଅନ୍ୟପଟେ ଏକ ଲକ୍ଷ ୪୯ ହଜାର ୭୬୭ ଜଣ  ସଂକ୍ରମିତ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ସଂପ୍ରତି ୧ ଲକ୍ଷ ୪୩  ହଜାର ୨୫୯ ଜଣ ସକ୍ରିୟ ରୋଗୀଙ୍କ ଚିକିତ୍ସା ବିଭିନ୍ନ ହସ୍ପିଟାଲରେ ଜାରି ରହିଛି।

   Related Posts