LIVE TV

ପବିତ୍ର କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥି, ମଙ୍ଗଳବାର ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ

NEWS7
pm-narendra-modi-with-lal-krishna-advani-came-on-ayodhya-in-bhumi-pujan

ପୁରୀ ୦୪।୧୧ : ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥି। ପଞ୍ଚୁକର ଆଜି ଚତୁର୍ଦ୍ଦଶୀ ଅବସରରେ ମହାପ୍ରଭୁଙ୍କର ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେଉଛି। ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ଇନ୍ଦ୍ରଦ୍ୟୁମ୍ନ ମହାରାଜା ଯେତେବେଳେ ରତ୍ନସିଂହାସନ ଉପରେ ପ୍ରଥମେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଯାଇଥିଲେ ସେତେବେଳେ ମହାପ୍ରଭୁ ତାଙ୍କୁ ନୃସିଂହ ବେଶରେ ଦର୍ଶନ ଦେଇଥିଲେ ବୋଲି ସ୍କନ୍ଧ ପୁରାଣରେ ଉଲ୍ଲେଖ ରହିଛି। ତେଣୁ ସେହି ସ୍ମୃତିରେ କାର୍ତ୍ତିକ ମାସର ଏହି ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିହଂ ବେଶ ଅନୁଷ୍ଠିତ ହୋଇଥାଏ। ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ପାଟବସ୍ତ୍ରରେ ବିଭୂଷିତ କରି ଏହି ବେଶ କରିଥାନ୍ତି।  ଏହି ବେଶରେ ମହାପ୍ରଭୁ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ଚକ୍ର ସହ ରୌପ୍ୟର ଶଙ୍ଖ ଧାରଣ କରିଥାନ୍ତି। ପ୍ରଭୁ ବଳଭଦ୍ର ମଧ୍ୟ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ହଳମୂଷଳ ଧାରଣ କରିଥାନ୍ତି।

ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ପ୍ରଭୁ ବଳଭଦ୍ର ମସ୍ତକରେ ଯେଉଁ ଚୂଳ ଧାରଣ କରିଥାନ୍ତି ସେଥିରେ ସୁବର୍ଣ୍ଣର କିଆ ଗୁଡ଼ିକ ଆଡ଼ ବାଗିଆ ଲଗାଯାଇଥାଏ। ତେଣୁ ଏହି ବେଶକୁ ଡ଼ାଳିକିଆ ବେଶ ମଧ୍ୟ କୁହାଯାଏ। ବୁଧବାର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବାକୁ ଥିବା ବେଳେ ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଚୁଡାନ୍ତ ହୋଇଛି। ମହାପ୍ରଭୁଙ୍କ ଏହି ଦୁର୍ଲଭ ସୁନାବେଶ ଦର୍ଶନ କରିବା ପାଇଁ ଭକ୍ତମାନେ ବେଶ୍ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି।