Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||

ଚିନ୍ତା ବଢାଇଲାଣି କରୋନାର ୨ୟ ଲହର : ଆଜି PM-CM ଆଲୋଚନା, କୋଭିଡ -19 ର ସ୍ଥିତି ଏବଂ ଟିକା ବିତରଣ ନେଇ ସମୀକ୍ଷା

24/11/2020 at 7:44 AM

ନୂଆଦିଲ୍ଲୀ ୨୪।୧୧: ଆଜି ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କୋଭିଡ -19 ର ସ୍ଥିତି ଏବଂ ଟିକା ବିତରଣ ରଣନୀତି ସମୀକ୍ଷା କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ହେବାକୁ ଥିବା ଏହି ବୈଠକରେ ପ୍ରଧାନମନ୍ତ୍ରୀ ସର୍ବାଧିକ କରୋନା ପ୍ରଭାବିତ ରାଜ୍ୟ ଯଥା ଦିଲ୍ଲୀ, ମହାରାଷ୍ଟ୍ର, କେରଳ, ପଶ୍ଚିମବଙ୍ଗ ଓ ରାଜସ୍ଥାନର ସ୍ଥିତି ବାବଦରେ ସମୀକ୍ଷା କରିବେ। ଏହା ସହିତ ଯେଉଁସବୁ ରାଜ୍ୟଗୁଡିକରେ କରୋନା ସଂକ୍ରମଣର ଦ୍ବିତୀୟ ଲହର ଆରମ୍ଭ ହୋଇଛି ସେସବୁର ସ୍ଥିତି ସମୀକ୍ଷା କରାଯିବ।

ସେହିପରି ଦେଶରେ ଏବେ ୪ଟି କରୋନା ଟିକାର ଦ୍ବିତୀୟ ଓ ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଚାଲୁ ରହିଛି। ତେଣୁ ଏହିସବୁ ଟିକାର ବଣ୍ଟନ ଓ ଜରୁରୀ ଅନୁମୋଦନ ପ୍ରସଙ୍ଗରେ ମଧ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ କଥାହେବେ। ନିକଟରେ ଶେଷ ହୋଇଥିବା ନିତି ଆୟୋଗ ବୈଠକରେ ଟିକାର ଜରୁରୀ ବ୍ୟବହାରକୁ ଅନୁମତି, ଆଗୁଆ ଅଧିଗ୍ରହଣ, ଟିକାର ମୂଲ୍ୟ ନିର୍ଦ୍ଧାରଣ ଆଦି ବିଷୟ ଆଲୋଚନା କରାଯାଇଥିଲା। ଫାଇଜର ଓ ମଡେର୍ଣ୍ଣା ଟିକାର ଜରୁରୀ ବ୍ୟବହାର ନିମନ୍ତେ ଆବେଦନ କରାଯାଇଛି। ଏହି ସବୁ ଟିକା ୯୫%ରୁ ଅଧିକ ପ୍ରଭାବଶାଳୀ ରହିଥିବା କୁହାଯାଇଛି।

କରୋନା ମହାମାରୀ ଆରମ୍ଭ ପରଠାରୁ ଏହାର ମୁକାବିଲା ନିମନ୍ତେ ରଣନୀତି ପ୍ରସ୍ତୁତ ଓ ଅନ୍ୟାନ୍ୟ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ସମସ୍ତ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଅନେକ ଥର ଆଲୋଚନା କରିଛି। ଗତ କିଛି ଦିନ ହେବ ସାରା ଦେଶରେ କରୋନା ଭାଇରସ୍ ସଂକ୍ରମଣ ମାମଲା ୫୦ ହଜାରରୁ କମ୍ ଥିବାବେଳେ କେତେକ ରାଜ୍ୟରେ ଏହା ଦ୍ରୁତ ଗତିରେ ବୃଦ୍ଧି ପାଇଛି । ଦିଲ୍ଲୀରେ କରୋନା ସ୍ଥିତି ନିୟନ୍ତ୍ରଣ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମାସ୍କ ଚେକିଂକୁ ଜୋରଦାର କରାଯାଇଥିବା ବେଳେ ହସ୍ପିଟାଲରେ ବେଡ ଓ ଭେଣ୍ଟିଲେଟର ସଂଖ୍ୟା ବୃଦ୍ଧି କରାଯାଇଛି । ମହାରାଷ୍ଟ୍ର, ଗୁଜରାଟ ଓ ମଧ୍ୟପ୍ରଦେଶର କେତେକ ସହରରେ ନାଇଟ୍ କର୍ଫ୍ୟୁ ମଧ୍ୟ ଲାଗୁ କରାଯାଇଛି ।

   Related Posts