Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଆସୁଛି ବଡ ବର୍ଷା : ସନ୍ଧ୍ୟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||
  • ମହାନଦୀରେ ଭାସିଗଲେ ହାତୀପଲ : ମୁଣ୍ଡଳି ବ୍ରିଜରେ ଲାଖି ରହିଛି ହାତୀ ଛୁଆ
  • ||

ପୁଲଓ୍ବାମା ଆତଙ୍କୀ ହମଲା : ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ କ୍ଷମା ମାଗନ୍ତୁ କହିଲେ ଆରଜେଡି ନେତା ଶିବାନନ୍ଦ ତିଓ୍ବାରୀ

18/02/2019 at 9:36 AM

ପାଟଣା ୧୮|୨:  ଜମ୍ମୁକାଶ୍ମୀର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ କେନ୍ଦ୍ର ସରକାରଙ୍କୁ ଦାୟୀ କରିଛି ଆରଜେଡି । ସରକାରଙ୍କ ଅବହେଳା କାରଣରୁ ଯବାନମାନେ ସହିଦ ହୋଇଛନ୍ତି । ଆରଜେଡିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶିବାନନ୍ଦ ତିଓ୍ବାରୀ କେନ୍ଦ୍ର ସରକାରଙ୍କ ଭୂମିକା ଉପରେ ପ୍ରଶ୍ନ ଉଠାଇଛନ୍ତି । ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଏଭଳି ଚରମ ଅବହେଳା ପାଇଁ ନିଜ ପଦରୁ ଇସ୍ତଫା ଦିଅନ୍ତୁ ନଚେତ୍ ଦେଶବାସୀଙ୍କୁ କ୍ଷମା ମାଗନ୍ତୁ ।

ଏହା ପୂର୍ବରୁ ମଧ୍ୟ ଆରଜେଡିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶିବାନନ୍ଦ ତିଓ୍ବାରୀ ଏବଂ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରଘୁବଂଶ ପ୍ରସାଦ ସିଂହ ଜମ୍ମୁକାଶ୍ମୀର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ କେନ୍ଦ୍ର ସରକାରଙ୍କ ଭୂମିକା ଉପରେ ପ୍ରଶ୍ନ ଉଠାଇଥିଲେ । ବୈଶାଳୀରେ ଆରଜେଡିର ବ୍ଲକ୍ ସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗଦେଇ ରଘୁବଂଶ ପ୍ରସାଦ ସିଂହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ରାଜନାଥ ସିଂହଙ୍କ ଉପରେ ଖୁବ୍ ବର୍ଷିଥିଲେ । ସେ କହିଥିଲେ ଯଦି ଗୁଇନ୍ଦା ବିଭାଗ ପୂର୍ବରୁ ଆତଙ୍କବାଦୀ ଆକ୍ରମଣ ନେଇ ସୂଚନା ଦେଇଥିଲା ତେବେ କଣ ପାଇଁ ତାହାକୁ ଗରୁତ୍ବ ଦିଆଗଲା ନାହିଁ ।

ଗତ ୧୪ତାରିଖରେ ଜମ୍ମୁକାଶ୍ମୀର ପୁଲଓ୍ବାମାରେ ସିଆରପିଏଫ୍ ଫୌଜ ଉପରେ ବଡ ଧରଣର ଆକ୍ରମଣ ହୋଇଥିଲା । ଆତଙ୍କବାଦୀ ଆକ୍ରମଣରେ ୪୦ ଜଣ ସିଆରପିଏଫ୍ ଯବାନ ସହିଦ ହୋଇଥିଲେ । ୪୦ଜଣ ଯବାନ ଆହତ ମଧ୍ୟ ହୋଇଛନ୍ତି । ଆତଙ୍କବାଦୀ ସଂଗଠନ ଜୈଶ-ଇ-ମହମ୍ମଦ ଏହି ଆକ୍ରମଣ ଘଟଣା ପାଇଁ ନିଜକୁ ଦାୟୀ କରିଛି । ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ସାରା ଦେଶରେ ଆକ୍ରୋଶ ଦେଖିବାକୁ ମିଳୁଛି ।

   Related Posts