Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘ଇତିହାସରେ ହୋଇଥିବା ଭୁଲଗୁଡିକୁ ଏବେ ସୁଧାରୁଛି ଭାରତ’, କଂଗ୍ରେସକୁ ଟାର୍ଗେଟ୍ କରି ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ବିଧାନସଭାର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଅଭୟ, ସୁରକ୍ଷା ପାଇଁ ୩୦ ପ୍ଲାଟୁନ ପୋଲିସ ମୁତୟନ

30/11/2021 at 12:09 PM

ଭୁବନେଶ୍ୱର ୩୦।୧୧: ଡିସେମ୍ବର ପହିଲାରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶ । ଏହାପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜି । ଗୁଇନ୍ଦା ନିର୍ଦେଶକ ଓ ପୋଲିସ କମିସନର ବି ଉପସ୍ଥିତ । ସୁରକ୍ଷା ପାଇଁ ୩୦ ପ୍ଲାଟୁନ ପୋଲିସ ମୁତୟନ । ବିଧାନସଭାକୁ ସଂଯୁକ୍ତ କରୁଥିବା ସବୁ ରାସ୍ତାରେ କଟକଣା ଜାରି ।  

ଖବର ଅନୁଯାୟୀ, ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରହିବ ବିଧାନସଭା । ବିଧାନସଭାର ସବୁ ଗେଟ ଗୁଡିକ ଉପରେ କଡା ନଜର ରହିବ । ଏଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ମୁତୟନ ହେବେ ୩୦ ପ୍ଲାଟୁନ ପୋଲିସ ଫୋର୍ସ । ପୁରା ସୁରକ୍ଷା ଦାୟିତ୍ୱରେ ରହିବେ ଭୁବନେଶ୍ୱର ଡିସିପି ଉମା ଶଙ୍କର ଦାଶ୍ ।

ସେହିପରି ବିଧାନସଭା ସମୟରେ ବିକ୍ଷୋଭ ସ୍ଥଳକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ଏଥିପାଇଁ ୫ଟି ପୋଲିସ କଣ୍ଟ୍ରୋଲ ରୁମ ଖୋଲାଯାଇଛି । ବିଧାନସଭା ସମୟରେ ଆତ୍ମାହୁତି ଦେବାର ନଜର ରହିଛି । ତେଣୁ ସବୁ ଜିଲ୍ଲାର ଏସପିମାନଙ୍କୁ ଏନେଇ ଅବଗତ କରଯାଇଛି । ଯଦି କେହି କୌଣସି ପ୍ରସଙ୍ଗକୁ ନେଇ  ବିଧାନସଭା ଆଗକୁ ଆସି ଆତ୍ମହୁତି ଉଦ୍ୟମ କରିବାକୁ ଯୋଜନା କରୁଥାନ୍ତି । ତେବେ ସେମାନଙ୍କ ଉପରେ ନଜର ରଖିବାକୁ କୁହାଯାଇଛି । ଅଧିବେଶନ ସମୟରେ ବିଧାନସଭାର ଚାରି ପାଖ ସମସ୍ତ ରାସ୍ତା ଉପରେ କଟକଣା ଜାରି କରଯାଇଛି ।

   Related Posts