Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||
  • ଶୀତ ଖେଳୁଛି ଲୁଚକାଳି : ଆଜି ବଢିବ ଥଣ୍ଡା, କିନ୍ତୁ କାଲି କମିଯିବ
  • ||
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||

କନ୍ଧମାଳରେ ସର୍ଭିସ ବନ୍ଧୁକରୁ ଗୁଳି ଚଳାଇ ଇନ୍ସପେକ୍ଟରଙ୍କ ଆତ୍ମହତ୍ୟା ଉଦ୍ୟମ

6/11/2018 at 1:58 PM

କନ୍ଧମାଳ ୬|୧୧: କନ୍ଧମାଳରେ ଇନ୍ସପେକ୍ଟରଙ୍କ ଆତ୍ମହତ୍ୟା ଉଦ୍ୟମ । ସର୍ଭିସ ବନ୍ଧୁକରୁ ଗୁଳି ଚଳାଇ ଇନସ୍ପେକ୍ଟର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଶ୍ରୀରାମପୁରସ୍ଥିତ ସିଆର୍‌ପିଏଫ୍‌ ଅଷ୍ଟମ ବାଟାଲିୟନରେ ଏଭଳି ଘଟଣା ଦେଖିବାକୁ ମିଳିଛି । ଗୁରୁତର ଇନ୍ସପେକ୍ଟର ହେଲେ ସୁକଦେବ ସିଂହ ପେରା । ସୁକଦେବଙ୍କ ବେକରେ ଗୁଳି ବାଜିଥିବା ସୂଚନା ମିଳିଛି । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କୋଟଗଡ ଡାକ୍ତରଖାନା ନିଆଯାଇଥିଲା । ତାଙ୍କ ଅବସ୍ଥା ଗୁରୁତର ହେବାରୁ ସେଠାରୁ ତାଙ୍କୁ ବାଲିଗୁଡା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି । ତେବେ ଆତ୍ମହତ୍ୟା ଉଦ୍ୟମର କାରଣ ସ୍ପଷ୍ଟ ଜଣାପଡିନାହିଁ ।

   Related Posts