Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚେତୁନାହାଁନ୍ତି ଅମାନିଆ : ବିଭିନ୍ନ ଆଳ କରି ବଜାରରେ ବୁଲୁଛନ୍ତି, ଫାଇନ୍ ବି ଗଣୁଛନ୍ତି
  • ||
  • ‘ଟିକାରୁ ଜିଏସଟି ଛାଡ କର’ : କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
  • ||
  • ଭୟଙ୍କର : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୪ ଲକ୍ଷ ୧୪ ହଜାରରୁ ଅଧିକ ପଜିଟିଭ୍, ୩୯୧୫ ମୃତ
  • ||
  • କରୋନା ରୋଗୀଙ୍କୁ ମେଡିସିନ୍ ନେଇ ଜାରି ହେଲା ଏସଓପି : ଆକ୍ରାନ୍ତଙ୍କୁ ଇଞ୍ଜେକ୍ସନ ଦେବା ପୂର୍ବରୁ ଯାଞ୍ଚ ହେବ ସ୍ୱାସ୍ଥ୍ୟାବସ୍ଥା
  • ||
  • ରାଜସ୍ଥାନରେ ୧୪ ଦିନିଆ ଲକ୍‌ଡାଉନ୍‌ ଲଗାଇଲେ ସରକାର, ୩୧ ଯାଏଁ ହୋଇପାରିବନି ବିବାହ
  • ||
  • ପଶୁପକ୍ଷୀଙ୍କୁ ମଧ୍ୟ ହେଉଛି କରୋନା, ଆଗରୁ ଆହୁରି ହେବେ ସଂକ୍ରମିତ ! ଚିନ୍ତାରେ ସରକାର
  • ||
  • ଛୋଟ ପିଲାଙ୍କ ପ୍ରତି ବିପଦ ବେଶୀ, ଦୈନିକ ୫୦୦ ଶିଶୁ ହେଉଛନ୍ତି କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ ଜଣଙ୍କ ଜୀବନ, ୨୧୪୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଗାଁ ନିକଟରେ ବୁଲୁଛି ଗୋଠଛଡା ଦନ୍ତା, ଗ୍ରାମବାସୀ ଭୟଭୀତ
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨,୨୩୮ ପଜିଟିଭ୍
  • ||

ପୋଲିସ-ମାଓବାଦୀ ମୁହାଁମୁହିଁ, ବନ୍ଧୁକ ସମେତ ଅନେକ ମାଓ ସାମଗ୍ରୀ ଜବତ

2/11/2020 at 8:24 PM

କନ୍ଧମାଳ, ୦୨।୧୧:  କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ଼ ପଞାୟତର ବାଇବାଲି ରିଜର୍ଭ ଜଙ୍ଗଲରେ ଶନିବାର ମୁହାଁମୁହିଁ ହୋଇଥିଲେ ମାଓବାଦୀ ଓ ସୁରକ୍ଷାକର୍ମୀ । କମ୍ବିଂ ଅପରେସନ୍ ବେଳେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା | ତେବେ ଘଟଣାସ୍ଥଳରୁ ପୋଲିସ ଅନେକ ମାଓ ସାମଗ୍ରୀ ଜବତ କରିଛି ।

ସୂଚନାନୁସାରେ, କୌଣସି ସୂତ୍ରରୁ ଖବର ପାଇ ସୁରକ୍ଷା କର୍ମୀ ଶନିବାର ଜଙ୍ଗଲ ରେ କମ୍ବିଂ ଅପରେସନ୍ କରିଥିଲେ |ଉଭୟ ପକ୍ଷଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳି ବିନିମୟ ହୋଇଥିଲା | କିନ୍ତୁ ମାଓବାଦୀ ମାନେ ଛତ୍ର ଭଙ୍ଗ ଦେଇଥିଲେ | ଏହାପରେ ପୋଲିସ ସର୍ଚ୍ଚ ଅପରେସନ ଜାରି ରଖିଥିଲା । ସର୍ଚ୍ଚ ଅପରେସନ ବେଳେ ଅନେକ ମାଓ ସାମଗ୍ରୀ ଜବତ ହୋଇଛି ।

ପୋଲିସ ଜଙ୍ଗଲରୁ ଏକ ଦେଶୀ ବନ୍ଧୁକ, ଗୁଳି, ମାଓ ପୁସ୍ତକ, ବ୍ୟାଟେରି, ମାଓ ବ୍ୟାନର ଆଦି ଜବତ କରିଛି । ଏନେଇ କଥା କନ୍ଧମାଳ ଏସ୍‌ପି ବିନୀତ ଅଗରୱାଲ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ।

   Related Posts