Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଫାଇନାନ୍ସ କର୍ମଚାରୀଙ୍କଠୁ ଲୁଟ୍ ଘଟଣାକୁ ବିତିଲା ୨୪ ଘଣ୍ଟା, ଏଯାଏଁ ଲୁଟେରାଙ୍କ ଟେର୍ ପାଇନି ପୋଲିସ

8/09/2021 at 5:10 PM

ସାଲେପୁର ୮।୯: କଟକ ଜିଲ୍ଲା ସାଲେପୁର ଥାନା ଚାହାପଡାରେ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍ ଘଟଣାକୁ ୨୪ ଘଣ୍ଟା ବିତିଲାଣି । ହେଲେ ଏପର୍ଯ୍ୟନ୍ତ ଲୁଟେରାଙ୍କ ସଂପର୍କରେ ସ୍ପଷ୍ଟ ସୂଚନା ମିଳିନାହିଁ । ପୋଲିସ ଘଟଣାର ଛାନଭିନ୍ ଜାରି ରଖିଥିବା ବେଳେ ପୋଲିସର ହାତ ଖାଲି ।

ସୂଚନାଯୋଗ୍ୟ ଯେ, ଟାଙ୍ଗି ଅଞ୍ଚଳରୁ ସ୍ପଦନ ଫାଇନାନ୍ସର ଜଣେ କର୍ମଚାରୀ ସାଲେପୁର ଅଞ୍ଚଳର ବିଭିନ୍ନ ସ୍ଥାନରୁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ମାସିକ କିସ୍ତି ଟଙ୍କା ଆଦାୟ କରି ଚାହାପଡା କେନାଲ ବନ୍ଧରେ ଫେରୁଥିଲେ । ସେହି ସମୟରେ ଫାଇନାନ୍ସ କର୍ମଚାରୀ ଜଣଙ୍କ ଲୁଟର ଶିକାର ହୋଇଥିଲେ । ଦୁଇ ଜଣ ଦୁର୍ବୃତ୍ତ ତାଙ୍କୁ ଅଟକାଇ ଭୁଜାଲି ଦେଖାଇ ଭୟଭୀତ କରିଥିଲେ । ତାଙ୍କ ପାଖରେ ଥିବା ୧ ଲକ୍ଷ ୨୦ ହଜାର ଟଙ୍କା ଲୁଟି ନେଇଥିଲେ । ଲୁଟର ଶିକାର ହୋଇଥିବା ଫାଇନାନ୍ସ କମ୍ପାନୀ କର୍ମଚାରୀ ଗୋପୀନାଥ ନାୟକ ଜପକୂଦ ଫାଣ୍ଡିରେ ଲିଖିତ ଅଭିଯୋଗ କରିଥିଲେ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଛି ।

   Related Posts