Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||
  • ମଙ୍ଗଳବାର ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା, ମିଳିବ ନିର୍ବାଚନୀ ଚିହ୍ନ
  • ||

ପୋଲିସ ଓ ସାଧାରଣ ଜନତାଙ୍କ ମଧ୍ୟରେ ସୁସଂପର୍କ ସ୍ଥାପନ ନେଇ କମିଶନରେଟ ପୋଲିସର ପ୍ରୟାସ, ପୋଲିସ-ପବ୍ଲିକ କାର୍ଯ୍ୟକ୍ରମ ଅନୁଷ୍ଠିତ

9/12/2021 at 5:13 PM

ସାଲେପୁର, ୦୯।୧୨: ପୋଲିସ ଓ ସାଧାରଣ ଜନତାଙ୍କ ମଧ୍ୟରେ ସୁସଂପର୍କ ସ୍ଥାପନ କରିବା ଲକ୍ଷ୍ୟନେଇ କଟକ କମିଶନରେଟ ପୋଲିସ ପକ୍ଷରୁ ସାଲେପୁର ବ୍ଲକର ୮ ଗୋଟି ପଂଚାୟତର ବୁଦ୍ଧିଜୀବୀ ଓ ସାଧାରଣ ଲୋକ ମାନଙ୍କୁ ନେଇ ପୋଲିସ-ପବ୍ଲିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ପାଗା ବଜାରରେ ଥିବା ସୁହାନୀ ମଣ୍ଡପରେ ଅନୁଷ୍ଠିତ ହୋଇଥିଲା।

ଜଗତପୁର ଥାନା ଅଧିକାରୀ ରବୀନ୍ଦ୍ର ନାଥ ମେହେରଙ୍କ ଅଧକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ କଟକ ଡିସିପି ପ୍ରତୀକ ସିଂହ ଓ ଏସିପି ଅମରେନ୍ଦ୍ର ପଣ୍ଡା ଯୋଗଦେଇ ସାଧାରଣ ଲୋକଙ୍କ ସମସ୍ୟା ଶୁଣିବା ସହ ସମାଧାନର ପନ୍ଥା ଉପରେ ଆଲୋଚନା କରିଥିଲେ । ତେବେ ପୋଲିସ ଓ ସାଧାରଣ ଜନତାଙ୍କ ମଧ୍ୟରେ ରହିଯାଉଥିବା ଦୂରତ୍ୱ ଏଭଳି କାର୍ଯ୍ୟକ୍ରମ ଦ୍ୱାରା କମ ହୋଇପାରିବ ଓ ଉଚିତ ନ୍ୟାୟ ପ୍ରଦାନ ଦିଗରେ ସହାୟକ ହେବ ବୋଲି କଟକ ଏସିପି କହିଛନ୍ତି ।

   Related Posts