Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ବ୍ରହ୍ମପୁରରେ ନକଲି ଲଙ୍କାଗୁଣ୍ଡ କାରଖାନା ଠାବ, ବିପୁଳ ପରିମାଣର ସାମଗ୍ରୀ ଜବତ

21/01/2021 at 8:55 AM

ବ୍ରହ୍ମପୁର ୨୧।୦୧: ପୁଣି ନକଲି ବଜାର । ବ୍ରହ୍ମପୁର ବଡ଼ବଜାର ଅଞ୍ଚଳରୁ ନକଲି ହଳଦୀ ଗୁଣ୍ଡ ଓ ମରିଚ ଗୁଣ୍ଡ କାରବାର ଧରାପଡିଛି । ଏହି ଘଟଣାରେ ଜଣଙ୍କୁ ଅଟକ ରଖିଛି ପୋଲିସ । ସେହିପରି ଘଟଣାସ୍ଥଳରୁ ଅନେକ ନକଲି ସାମଗ୍ରୀ ମଧ୍ୟ ଜବତ କରିଛି ପୋଲିସ ।

ଖବର ଅନୁଯାୟୀ, ବଡ଼ବଜାର ଅଞ୍ଚଳରେ ନକଲି ହଳଦୀ ଗୁଣ୍ଡ ଏବଂ ମରିଚ ଗୁଣ୍ଡ କାରବାର ହେଉଥିବାର ପୋଲିସକୁ ଖବର ମିଳିଥିଲା । ଯାହାପରେ ପୋଲିସ ଏକ ସ୍ୱତନ୍ତ୍ର ଟିମ୍‌ ଗଠନ କରାଯାଇଥିଲା । ବଡ଼ବଜାର ଥାନା ପାଣ୍ଡବନଗର ଅଞ୍ଚଳରେ ଅତର୍କିତ ଭାବେ ଚଢାଉ କରିଥିଲା ପୋଲିସ । ଏହି ଚଢାଉରେ ପୋଲିସକୁ ବିପୁଳ ପରିମାଣର ନକଲି ସାମଗ୍ରୀ ଜବତ ହୋଇଛି । ଏହାସହିତ ଜଣଙ୍କ ଅଟକ ରଖି ପଚରାଉଚାର ଜାରି ରଖିଛି ପୋଲିସ ।

ଦୀର୍ଘଦିନ ହେଲା ଏହି ସ୍ଥାନରେ ନକଲି କାରଖାନା ଚାଲିଥିବା ନେଇ ପୋଲିସ ନିକଟରେ ଅଭିଯୋଗ ହୋଇଥିଲା । ଏପରିକି ନକଲି ହଳଦୀ ଓ ମରିଚ ଗୁଣ୍ଡ ପ୍ରସ୍ତୁତି ହେଉଛି । ଯାହାକୁ ନେଇ ଗୋସାଣିନୂଆଗାଁ ପୋଲିସ ନିକଟରେ ଅଭିଯୋଗ ହୋଇଥିଲା । ପରେ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଏଠାରେ ଚଢାଉ କରାଯାଇଥିଲା । ଚଢାଉରେ ବିପୁଳ ପରିମାଣରେ ନକଲି ସାମଗ୍ରୀ ଜବତ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଗତକିଛି ଦିନ ହେଲା ନକଲି ଖାଦ୍ୟ ସାମଗ୍ରୀ କାରଖାନାରେ ଚଢାଉ କରୁଛି ପୋଲିସ । ପ୍ରଥମ କଟକ, ପରେ ଭୁବନେଶ୍ୱର ଏବଂ ପର୍ଯ୍ୟାୟକ୍ରମେ ଯାଜପୁର, ଭଦ୍ରକ , ଆଉ ଏବ ଗଞ୍ଜାମ ଜିଲ୍ଲାରୁ ନକଲି ଖାଦ୍ୟ ପ୍ରସ୍ତୁତି ସାମଗ୍ରୀର କାରଖାନା ଠାବ ହେଉଛି ।

   Related Posts