Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ବାଦାମପାହାଡ଼ ଅଞ୍ଚଳରେ ଅବକାରୀ ଚଢ଼ାଉ: ବିପୁଳ ଦେଶୀ ମଦ ଜବତ,୪ ଗିରଫ

24/02/2021 at 9:32 PM

ରାଇରଙ୍ଗପୁର,୨୪/୦୨:ଦିନ କୁ ଦିନ ଚୋରା ଦେଶୀ ମଦ କାରବାର ବୃଦ୍ଧି ପାଉଥିବା ବେଳେ ଅବକାରୀ ବିଭାଗର ଚଢ଼ାଉ ମଧ୍ୟ ଜାରି ରହିଛି । ବାଦାମପାହାଡ଼ ଥାନା ଓ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଅବକାରୀ ବିଭାଗ ଅତର୍କିତ ଚଢ଼ାଉ କରିଛି । ଏହି ସମୟରେ ୬୫ ଲିଟର ଚୋରା ଦେଶୀ ମଦ ଜବତ କରିବା ସହିତ ୧୨ ଶହ କି.ଗ୍ରା. ମହୁଲ ପଚ ନଷ୍ଟ କରାଯାଇଥିବା ସୂଚନା ମିଳିଛି ।

ଏଥି ସହିତ ଚାରି ଜଣ ଚୋରା ବ୍ୟବସାୟୀଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ଅଭିଯୁକ୍ତମାନଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ଜଣାପଡ଼ିଛି ।

ତେବେ ଗିରଫ ଅଭିଯୁକ୍ତ ମାନେ ବାଦାମପାହାଡ଼ ଥାନା ଉକାମ ଗାଁର ଅଂଶୁ ମାଝୀ, ଗ୍ରାମାଞ୍ଚଳ ଥାନା ଖଜୁରିପଡାର ଧନୁସିଂ ପିଙ୍ଗୁଆ, ବଣକାଟି ଗାଁର ପ୍ରଦୀପ ବେହେରା ଓ ସୁମିତ୍ରା ମୁର୍ମୁ ହୋଇଥିବା ଜଣାପଡ଼ିଛି ।

   Related Posts